କନକବ୍ୟୁରୋ:ବନ୍ଦ ହେଲା ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ । ବାହୁଡା ଯାତ୍ରା ପ୍ରସ୍ତୁତି ପାଇଁ ବନ୍ଦ ହୋଇଛି ସନ୍ଧ୍ୟା ଦର୍ଶନ । ଦର୍ଶନ ବନ୍ଦ ପରେ ଶ୍ରୀଜିଉଙ୍କ ଅନ୍ୟ ନିତି ସମ୍ଫନ୍ନ ହେବ । ସୁଚନା ଅନୁଯାୟୀ ରତ୍ନଭଣ୍ଡାର ଖୋଲାଯିବା ନେଇ ସମସ୍ତଙ୍କର ଉତ୍ସୁକତା ରହିଥିବା ବେଳେ ରତ୍ନଭଣ୍ଡାର ଭିତରୁ ବାହାରିଛନ୍ତି ଅଧିକୃତ ସଦସ୍ୟ । ବାହାରକୁ ବାହାରିବା ପରେ ପୁରୀ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି କି, ଏସଓପି ମୁ୍ତାବକ ସମସ୍ତ କାର୍ଯ୍ୟ ହୋଇଛି । ଅରବିନ୍ଦ ପାଢୀଙ୍କ କହିବା ମୁତାବକ ବାହାର ରତ୍ନଭଣ୍ଡାରରୁ ଯାହା ବାହାରକୁ ବାହାର କରିବା କଥା ସମସ୍ତ ଜିନିଷ ବାହାର କରାଯାଇ ତାକୁ ଅସ୍ଥାୟୀ ଷ୍ଟ୍ରଙ୍ଗରୁମ ଚେଙ୍ଗଡା ଘରେ ରଖାଯାଇଛି । ଜଷ୍ଟିସ ରଥ ଓ ମେକାପ ସଦସ୍ୟଙ୍କ ସାମ୍ନାରେ ସବୁ ଜିନିଷ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତର କରାଯାଇଛି । ଏହାସହ ସ୍ଥାନାନ୍ତର ହୋଇଥିବା ସମସ୍ତ ଜିନିଷର ତାଲିକା ପ୍ରସ୍ତୁତ କରାଯାଇଛି । ଏବେ ବାହାର ରତ୍ନଭଣ୍ଡାରକୁ ସିଲ୍ କରାଯାଇଛି ।