କନକ ବ୍ୟୁରୋ : ରତ୍ନଭଣ୍ଡାର ପ୍ରସଙ୍ଗରେ ଆଜି ହାଇକୋର୍ଟରେ ହେବ ଶୁଣାଣି । ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତିକୁ ନେଇ ଆଜି ଗୁରୁତ୍ୱପୂର୍ଣ୍ଣ ଶୁଣାଣି ହେବାର ଅଛି । ଜଷ୍ଟିସ ଶୁଭାଶିଷ ତାଳପତ୍ର ଓ ଜଷ୍ଟିସ ସାବିତ୍ରୀ ରଥଙ୍କ ଖଣ୍ଡପୀଠ ମାମଲାର ଶୁଣାଣି କରିବେ । ସୋମବାର ଏହି ମାମଲାର ଶୁଣାଣି ପାଇଁ ତାଲିକାଭୁକ୍ତ ହୋଇଥିଲା । କିନ୍ତୁ ସମୟ ଅଭାବ ଯୋଗୁଁ ମାମଲାର ଶୁଣାଣିକୁ ଗୋଟିଏ ଦିନ ଟାଳି ଦେଇଥିଲେ ଖଣ୍ଡପୀଠ ।
ଶୁଣାଣି ସମୟରେ ଆଇନଜୀବୀ ରତ୍ନଭଣ୍ଡାର ପ୍ରସଙ୍ଗରେ ଏଏସଆଇ ପକ୍ଷରୁ ଦାଖଲ ଯାଞ୍ଚ ରିପୋର୍ଟ ଉପରେ ଅଦାଲତଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଏଏସଆଇ ପକ୍ଷରୁ ୨୦୨୨ରେ ଶ୍ରୀମନ୍ଦିରର ରତ୍ନଭଣ୍ଡାରର ଯାଞ୍ଚ କରାଯାଇଥିଲା । ଯେଉଁଥିରେ ରତ୍ନଭଣ୍ଡାର ମରାମତିର ନିହାତତି ଆବଶ୍ୟକତା ଥିବା ଏଏସଆଇ କହିଛି । ତେଣୁ ରତ୍ନଭଣ୍ଡାର ମରାମତି ପାଇଁ ନିର୍ଦ୍ଦେଶ ଦେବାକୁ ହାଇକୋର୍ଟରେ ଆବେଦନ କରାଯାଇଛି । ମାମଲାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଆଜି ଶୁଣାଣି ପାଇଁ ସମୟ ଧାର୍ଯ୍ୟ କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/05/srimandir-puri-750x430-1.jpg)