ଆରମ୍ଭ ହେଲା ବିଜେପିର ଚକାଜାମ୍ । ୩ଘଣ୍ଟା ଯାଏଁ ରାସ୍ତାରେ ଗଡିବନି ଗାଡି 

246

କନକ ବ୍ୟୁରୋ : ପଶ୍ଚିମ ଓଡିଶାରେ ବିଜେପିର ଆରମ୍ଭ ହେଲା ଚକାଜାମ୍ । ୩ଘଣ୍ଟା ପାଇଁ ଗାଡି ଚଳାଚଳ ବନ୍ଦ ରହିବ । ଚାଷୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବିରୋଧରେ ଲଢେଇକୁ ଆଉପାଦେ ଆଗେଇ ନେଇଛି ରାଜ୍ୟ ବିଜେପି । 

ପଶ୍ଚିମ ଓଡିଶାର ୫ଟି ଲୋକସଭା ଓ ୩୭ଟି ବିଧାନସଭା କ୍ଷେତ୍ର ଅନ୍ତର୍ଗତ ସମସ୍ତ ଜାତୀୟ ଓ ରାଜ୍ୟ ରାଜପଥରେ ବିଜେପି ଚକାଜାମ ଆନ୍ଦୋଳନ କରିଛି । ପୂର୍ବରୁ ବିଜେପି ପକ୍ଷରୁ ଗତ ଜାନୁଆରୀ ୨୧ ତାରିଖରେ ଆରଡିସିଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିବା ବେଳେ ୨୨ ତାରିଖରେ ଆଲୋଚନା କରାଯାଇଥିଲା । ମଣ୍ଡିରୁ ଚାଷୀଙ୍କ ସମସ୍ତ ଧାନା ଉଠାଇ ନେବାପାଇଁ ଫେବ୍ରୁଆରୀ ୭ ଚତାରିଖ ଯାଏଁ ମହଲତ ଦିଆଯାଇଥିଲା । ଏହା ଭିତରେ ମିଲର୍ସଙ୍କ ଟାର୍ଗେଟ ବୃଦ୍ଧି କରି କିଛି କିଛି ଧାନ ଉଠାଯାଇଛି । ହେଲେ ଚାଷୀଙ୍କ ସମସ୍ତ ବଳକା ଧାନ ଉଠାଇବା ଦାବିରେ ଆଜି ପଶ୍ଚିମ ଓଡିଶାର ସମସ୍ତ ଜିଲ୍ଲା ଏବଂ ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଉପଖଣ୍ଡ ଦେଇ ଯାଇଥିବା ରାଜପଥ ଗୁଡିକରେ ଚକାଜାମ୍ କରିଛି ବିଜେପି ।