କନକ ବ୍ୟୁରୋ : ୨୦୨୪ରେ ବିଜେଡି ବିରୋଧରେ ଜୋରଦାର ଲଢେଇ ହେବ । ରାଜ୍ୟ ବିଜେପି ପଦାଧିକାରୀ ବୈଠକରେ ବିଜେପି ନେତାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ରୀୟ ନେତୃତ୍ୱ । ବୈଠକ ପରେ ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ କହିଛନ୍ତି, ବିଜେଡି ସହ କୌଣସି ମେଂଟ ନାହିଁ । ଯାହା ଦ୍ୱନ୍ଦ୍ୱ ଥିôଲା ରାଜ୍ୟ ପ୍ରଭାରୀ ସୁନିଲ ବଂଶଲ ତାହା ଦୂର କରିଛନ୍ତି । ବିଜେପି କର୍ମୀ ତଥା ଲୋକଙ୍କ ମନରେ ଥିବା ବିଜେଡି-ବିଜେପି ମେଂଟ ଦୂର କରିବାକୁ ବଂଶଲ ଗୁରୁମନ୍ତ୍ରୀ ଦେଇଥିବା ସେ କହିଛନ୍ତି । ତେବେ କୌଣସି ପରିସ୍ଥିତିରେ ବଜେଡି ସହ ବିଜେପି ସାଲିସ କରିବ ନାହିଁ । ୨୦୨୪ ନିର୍ବାଚନରେ ଜୋରଦାର ଲଢେଇ ହେବ । ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନରେ ବଜେପି ଲଢେଇ ହେବ । ସେହିପରି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି ଜାନୁଆରୀ ୫ ପରେ ସଂଘର୍ଷ ହେବ । କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଘର ବଂଟନ ହେବ । ଜଣେ ଜଣେ କାର୍ଯ୍ୟକର୍ତାଙ୍କୁ ଗୋଟିଏ ଗୋଟିଏ ଘରର ଦାୟିତ୍ୱ ଦିଆଯିବ । କଂଗ୍ରେସ ମୈଦାନରେ ନଥିବାରୁ ୨୦୨୪ରେ ବିଜେଡି ସହ ୱାନ ଟୁ ୱାନ୍ ଫାଇଟ୍ ହେବ । ରାଜ୍ୟ କାର୍ଯ୍ୟାଳୟରେ ବିଜେପିର ପଦାଧିକାରୀ ବୈଠକ ହୋଇଥିଲା । ଜିଲ୍ଲା ସଭାପତି ଏବଂ ପ୍ରଭାରୀଙ୍କୁ ନେଇ ବୈଠକ ହୋଇଥିଲା । ଏଥିରେ ବିଜେପି ରାଷ୍ଟ୍ରୀୟ ସଂଗଠନ ମହାମନ୍ତ୍ରୀ ବି.ଏଲ୍ ସନ୍ତୋଷ, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ସହପ୍ରଭାରୀ ବିଜୟ ପାଲ ସିଂ ତୋମାର ଓ ରାଜ୍ୟ ସଭାପତିଙ୍କ ମନମୋହନ ସାମଲଙ୍କ ସହ ବହୁ ବରିଷ୍ଠ କାର୍ଯ୍ୟକର୍ତା ଉପସ୍ଥିତ ଥିଲେ ।
ବିଜେଡି ବିରୋଧରେ ଗାଁ ଗାଁକୁ ଯିବ ବିଜେପି । ଓଡ଼ିଶାର ପ୍ରତି ଲୋକଙ୍କ ପାଖରେ ପହଞ୍ଚାଇବ ରାଜ୍ୟ ସରକାରଙ୍କ ବିଫଳତା
/kanak/media/post_attachments/wp-content/uploads/2023/12/27-25.jpg)