ବିଧାନସଭାରେ ରାଜ୍ୟ ବଜେଟ୍ ୨୦୨୧-୨୨ ଆଗତ । ୧ ଲକ୍ଷ ୭୦ ହଜାର କୋଟି ଟଙ୍କାର ବ୍ୟୟବରାଦ ।

143

କନକ ବ୍ୟୁରୋ : ବିଧାନସଭାରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ୍ ଉପସ୍ଥାପନ କରୁଛନ୍ତି ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଧାନସଭାରେ ବଜେଟ ଉପସ୍ଥାପନ କରୁଛନ୍ତି । ନୂଆ ଆର୍ଥିକ ବର୍ଷ ପାଇଁ ମୋଟ ୧ ଲକ୍ଷ ୭୦ ହଜାର କୋଟିର ବ୍ୟୟବରାଦ କରାଯାଇଛି ।

ଚଳିତ ବଜେଟରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ପାଇଁ ୨୦ ହଜାର କୋଟି ଟଙ୍କାର ବ୍ୟୟବରାଦ ହୋଇଛି । ପ୍ରଶାସନିକ ବ୍ୟୟ ଅଟକଳ ବାବଦକୁ ୮୫ କୋଟି ଟଙ୍କାର ବ୍ୟୟବରାଦ ହୋଇଛି । ସେହିପରି କାର୍ଯ୍ୟକ୍ରମ ବ୍ୟୟ ପାଇଁ ୭୫ ହଜାର କୋଟି, ବିପର୍ଯ୍ୟୟ ପ୍ରଶମନ ବ୍ୟୟ ୩ ହଜାର ୫୦ କୋଟି, ସ୍ଥାନୀୟ ନିକାୟ ସଂସ୍ଥା ଓ ଉନ୍ନୟନ ସଂସ୍ଥା ପାଇଁ ୬,୯୫୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ।

Comments are closed.