କନକ ବ୍ୟୁରୋ: ଆଦିବାସୀ ଜମି ବିକ୍ରି ନିୟମ ବଦଳିବା ପାଇଁ କ୍ୟାବିନେଟ ନିଷ୍ପତ୍ତି ନେଇଛି । ଏଣିକି ଆଦିବାସୀ ଜମି ହୋଇପାରିବ ହସ୍ତାନ୍ତର । ଆଇନର ସଂଶୋଧନ ହେବା ପରେ ଅନୁସୂଚିତ ଜନଜାତି ବର୍ଗର ବ୍ୟକ୍ତି କୃଷି, ଆବାସିକ ଗୃହ ନିର୍ମାଣ, ପିଲାମାନଙ୍କ ଉଚ୍ଚଶିକ୍ଷା, ବ୍ୟବସାୟ କିମ୍ବା କ୍ଷୁଦ୍ର ଶିଳ୍ପ ପ୍ରତିଷ୍ଠା ଉଦ୍ଦେଶ୍ୟରେ ନିଜ ଜମିକୁ ବନ୍ଧକ ରଖି ଋଣ ଆଣିପାରିବେ । ଏହାସହ ଜଣେ ଅଣ-ଅନୁସୂଚିତ ଜନଜାତି ବ୍ୟକ୍ତିଙ୍କୁ ସମ୍ପତ୍ତି ହସ୍ତାନ୍ତର କରିପାରିବେ । ରାଜ୍ୟ ସରକାରଙ୍କ ଏହି ନିଷ୍ପତି ପରେ ଆରମ୍ଭ ହୋଇଛି ରାଜନୈତିକ ବୟାନବାଜି ।
ସରକାରଙ୍କ ନିଷ୍ପତିକୁ ନେଇ ବିରୋଧୀ ଦଳ ପ୍ରଶ୍ନ ଉଠାଇଛନ୍ତି । କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି, ବିଜେପି ଆଦିବାସୀ ମୋର୍ଚ୍ଚାର ସଭାପତି ନିତ୍ୟାନନ୍ଦ ଗଣ୍ଡ ସରକାରଙ୍କ ନିଷ୍ପତିକୁ କଡା ସମାଲୋଚନା କରିଛନ୍ତି । ରାଜ୍ୟ ସରକାର ଆଦିବାସୀଙ୍କ ବିରୋଧରେ ଷଡଯନ୍ତ୍ର କରିଥିବା ଅଭିଯୋଗ ଆଣିଛନ୍ତି । ଆଦିବାସୀ ନେତା ଲମ୍ବୋଦର କଅଁର ମଧ୍ୟ ସରକାରଙ୍କ ନିଷ୍ପତିକୁ ନେଇ ପ୍ରଶ୍ନ ଉଠାଇଛନ୍ତି । ତେବେ ଏହି ନିଷ୍ପତି ଆଦିବାସୀଙ୍କ ପାଇଁ ଲାଭଦାୟକ ହେବ ବୋଲି ଶାସକ ଦଳ ପକ୍ଷରୁ କୁହାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2023/11/7pm-5-2.jpg)