କନକ ବ୍ୟୁରୋ: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଛତ୍ରପୁର ଗସ୍ତ । ଗଞ୍ଜାମ ଜିଲ୍ଲା ସମେତ ଗଜପତି, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ ନିର୍ବାଚନ ପ୍ରସ୍ତୁତି ନେଇ ବୈଠକ କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ଧଳ । ଏହି ବୈଠକରେ ୪ ଜିଲ୍ଲାର ପ୍ରଶାସନିକ ଅଧିକାରୀ ଉପସ୍ଥିତି ଥିଲେ । ନିର୍ବାଚନ ପରିଚାଳନା ନେଇ ବୈଠକରେ ଆଲୋଚନ ହୋଇଛି । ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଉପରେ ଗୁରୁତ୍ୱ ଦିଆଯାଇଛି । ସମସ୍ତ ଭୋଟର କିପରି ଶାନ୍ତି ଶୃଙ୍ଖଳାର ସହ ମତଦାନ କରିବେ ସେନେଇ ଆଲୋଚନା ହୋଇଛି । ଦିବ୍ୟାଙ୍ଗ, ବରିଷ୍ଠ ନାଗରିକ ଓ ମହିଳାଙ୍କ ପାଇଁ ହେବାକୁ ଥିବା ବ୍ୟବସ୍ଥା ସମ୍ପର୍କରେ ଜିଲ୍ଲାର ପ୍ରଶାସନିକ ଅଧିକାରୀଙ୍କଠାରୁ ପଚାରି ବୁଝିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମସ୍ତ ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ନିକୁଞ୍ଜ ଧଳ ।