୬ ମାସ ପାଇଁ ଏସମା ଲାଗୁକଲେ ରାଜ୍ୟ ସରକାର । ଆଜି ଠାରୁ ଆଗାମୀ ୬ ମାସ ପର୍ଯ୍ୟନ୍ତ ଲାଗୁ ହେଲା ଏସମା

3,726

କନକ ବ୍ୟୁରୋ : ଆଗକୁ ରହିଛି ସାଧାରଣ ନିର୍ବାଚନ । ରାଜ୍ୟରେ ଲୋକସଭା ଓ ବିଧାନସଭା ନିର୍ବାଚନ ଏକା ସାଥିରେ ହେବାକୁ ଯାଉଛି । ଏହି ସମୟରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୬ମାସ ପାଇଁ ଏସମା ଲାଗୁ କରିଛନ୍ତି । ଏହା କେବଳ ସରକାରୀ ସ୍ୱାସ୍ଥ୍ୟସେବା ସହ ଜଡିତ କର୍ମଚାରୀଙ୍କ ପାଇଁ ଲାଗୁ ହୋଇଛି । ଏହି ସମୟ ମଧ୍ୟରେ ସ୍ୱାସ୍ଥ୍ୟସେବା ସହିତ ଜଡିତ କୌଣସି ସରକାରୀ କର୍ମଚାରୀ ଆନ୍ଦୋଳନ କିମ୍ବା ଧର୍ମଘଟ କରିପାରିବେ ନାହିଁ । ନର୍ସ, ପାରାମେଡିକାଲ, ଟେକ୍ନିସିଆନଙ୍କ ପାଇଁ ଏହି ଆଇନ କଡାକଡି ପାଳନ କରାଯିବ ।