ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ର ଉଦଯାପିତ । ୩୫୪୯ ପିଲାଙ୍କୁ ଓଡ଼ିଆ ଭାଷା ବୃତ୍ତି ପୁରସ୍କାର ଦେଲେ ମୁଖ୍ୟମନ୍ତ୍ରୀ ।

55

କନକ ବ୍ୟୁରୋ: ରାଜଧାନୀ ସ୍ଥିତ ୟୁନିଟ୍-୯ସ୍ଥିତ ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟରେ ଚାଲିଥିବା ରାଜ୍ୟସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ର ଉଦଯାପିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଯାପନୀ ଉତ୍ସବରେ ଯୋଗ ଦେଇଛନ୍ତି । ଶିଶୁ ଦିବସରୁ ତିନି ଦିନ ଧରି ଚାଲିଥିବା ଏହି ଉତ୍ସବରେ ଛାତ୍ରୀମାନଙ୍କ ବିଭିନ୍ନ ଷ୍ଟଲ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କାର୍ଯ୍ୟକ୍ରମରେ ୩୦ ଜିଲ୍ଲାରୁ ୨ ହଜାରରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ । ୩୫୪୯ ପିଲାଙ୍କୁ ଓଡ଼ିଆ ଭାଷା ବୃତି ପୁରସ୍କାର ପ୍ରଦାନ କରାଯାଇଛି ।

ରାଜ୍ୟର ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସୁରଭି ସମ୍ମାନରେ ୩୦ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି । ସୁରଭିରେ ଅଂଶଗ୍ରହଣ କରିଥିବା ପିଲାମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ ମୁଖ୍ୟମନ୍ତ୍ରୀ । ଏହି କାର୍ଯ୍ୟକ୍ରମ ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗକୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି , ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଶାସନ ସଚିବ ଅଶ୍ୱଥୀ ଏସ୍. ଓ ଭୁବନେଶ୍ୱର ଉତର ବିଧାୟକ ସୁଶାନ୍ତ କୁମାର ରାଉତ, ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ପ୍ରମୁଖ ଉପସ୍ଥିତ ଥିଲେ ।