କନକ ବ୍ୟୁରୋ: କରୋନା କଟକଣା ଭିତରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜାତୀୟ ଦିବସ ପାଳନ କମିଟି ବୈଠକରେ ଏହି ନିଷ୍ପତି ନିଆଯାଇଛି । ୟୁନିଟ୍ – ୩ ପ୍ରଦର୍ଶନୀ ପଡିଆରେ ଏହି ଜାତୀୟ ଉତ୍ସବ ପାଳନ କରାଯିବ । ପୋଲିସ ବ୍ୟାଣ୍ଡ ପାର୍ଟି ଜାତୀୟ ସଂଗୀତ ପରିବେଷଣ କରିବେ ଏବଂ ୩ଟି ପୋଲିସ ବାହିନୀର ଟ୍ରୁପ୍ ଜାତୀୟ ପତାକା ଓ ମୁଖ୍ୟ ଅତିଥିଙ୍କୁ ଅଭିବାଦନ ଜଣାଇବେ ବୋଲି ଏହି ବୈଠକରେ ନିଷ୍ପତି ହୋଇଛି ।
ଏହା ସହ କୋଭିଡ୍ ଯୋଦ୍ଧାଙ୍କ ସହ ସୀମିତ ସଂଖ୍ୟକ ଲୋକଙ୍କୁ ସାମିଲ କରି ସ୍ୱାଧୀନତା ଦିବସ ପାଳନ କରାଯିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ସମେତ ଗୃହ ସଚିବ ସଂଜୀବ ଚୋପ୍ରା, ସୂଚନା ଓ ଲୋକ ସଂପର୍କ ସଚିବ ସଂଜୟ କୁମାର, ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2020/07/indian-flag-story-size-647-081515021254-1565774222.jpg)