ସତର୍କ ରୁହ ୧୮ ଜିଲ୍ଲା ! ଆଗାମୀ ୩ ଘଣ୍ଟା ଭିତରେ ପ୍ରବଳ ବର୍ଷା…

ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । 

34-20

କନକ ବ୍ୟୁରୋ: ରାଜ୍ୟର ୧୮ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ବାଲେଶ୍ବର, କଟକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ଯାଜପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କେନ୍ଦୁଝର, ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ, ବରଗଡ଼ ଓ ସମ୍ବଲପୁର । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । 

ସେହିପରି ଆସନ୍ତାକାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ଝଟକା ପବନ ୩୦-୪୦ କିଲୋମିଟର ବେଗରେ ବହିବା ସହିତ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୧ ତାରିଖ ପର୍ଯ୍ୟନ୍ତ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe