କନକ ବ୍ୟୁରୋ : ୬ ମାସର ବ୍ୟବଧାନରେ ଖୋଲିଲା ରାୟଗଡ଼ା ଅଧିଷ୍ଠାତ୍ରୀ ମା' ମଝିଘରିଆଣୀ ମନ୍ଦିର ଦାନ ହୁଣ୍ଡି । ଦେବୋତ୍ତର ବିଭାଗ, ସ୍ଥାନୀୟ ତହସିଲଦାର, ଆରଆଇ, ମନ୍ଦିର ପରିଚାଳନା କମିଟି ଏବଂ ପୁଲିସ ଉପସ୍ଥିତିରେ ହୁଣ୍ଡି ଖୋଲାଯାଇଛି । କଡ଼ା ସୁରକ୍ଷା ବଳୟ ମଧ୍ୟରେ ସକାଳ ୯ଟାରୁ ୯ଟି ଦାନ ହୁଣ୍ଡି ଖୋଲାଯାଇ ଗଣତି ଚାଲିଛି ।  ବିଭିନ୍ନ ସଂଗଠନର ମହିଳା ଓ ପୁରୁଷ ସେଚ୍ଛାସେବୀ ସଦସ୍ୟ ଏବଂ ଛାତ୍ରଛାତ୍ରୀଙ୍କୁ ନେଇ ୨ଶହରୁ ଅଧିକ ଲୋକ ଗଣତି କାମରେ ଲାଗିଛନ୍ତି । ସବୁ ଟଙ୍କା ଗଣା ସରିବା ପରେ ଏଥର ୯୦ଲକ୍ଷରୁ ୧କୋଟି ଟଙ୍କା ମିଳିବା ଆଶା ରଖିଛି ମନ୍ଦିର କମିଟି । 

Advertisment

୬ ମାସ ତଳେ ଅର୍ଥାତ ଜାନୁଆରୀ ୨୭ରେ ହୁଣ୍ଡିରୁ ନଗଦ ୯୪ ଲକ୍ଷ ୪୯ ହଜାର ୫୪ ଟଙ୍କା, ୯୩ ଗ୍ରାମ ୧ ମିଲିଗ୍ରାମ ସୁନା, ୨କେଜି ୧୭୦ ଗ୍ରାମ ଓଜନର ରୁପା ସହ ୭ଟି ବିଦେଶୀ ମୁଦ୍ରା ମିଳିଥିଲା । ଆଜି ହୁଣ୍ଡିରୁ ମିଳିବା ଅର୍ଥକୁ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କରେ ଜମା କରାଯିବ । ଏହି ଅର୍ଥରୁ ମିଳୁଥିବା ସୁଧରେ ମନ୍ଦିରର ପାରିପାର୍ଶ୍ବିକ ଉନ୍ନତି ସହ ମନ୍ଦିରକୁ ଆସୁଥିବା ଭକ୍ତଙ୍କ ସୁବିଧା ପାଇଁ ଖର୍ଚ୍ଚ କରାଯିବ ବୋଲି କହିଛନ୍ତି ମନ୍ଦିର ଟ୍ରିଷ୍ଟି ।