କନକ ବ୍ୟୁରୋ: ଆଜି ପବିତ୍ର ଧନୁ ସଂକ୍ରାନ୍ତି, ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହିଲି ଭୋଗ ନୀତି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି । ଏହି ନୀତି ଦୀର୍ଘ ଏକ ମାସ ଧରି ଅର୍ଥାତ ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ । ପୌରାଣିକ କିମ୍ବଦନ୍ତୀ ଅନୁଯାୟୀ ଦ୍ବାପର ଯୁଗରେ ମା ଯଶୋଦା ଏହି ପହିଲି ଭୋଗ ଖୁଆଇଥିଲେ କୃଷ୍ଣ, ବଳରାମଙ୍କୁ ।
ଜାଡ଼ରେ ଥରୁଛି ସାରା ଓଡ଼ିଶା, ଜି ଉଦୟଗିରିର ରାତି ପାରଦରେ ସମାନ୍ୟ ପରିବର୍ତ୍ତନ
ସେହି ସ୍ମୃତିକୁ ମନେପକାଇ ଆଜି ଧନୁ ସଂକ୍ରାନ୍ତିରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଠାକୁରଙ୍କୁ ଲାଗିହେବ ପହିଲିଭୋଗ । ଶ୍ରୀମନ୍ଦିରରେ ଶୃଙ୍ଖଳିତ ନୀତିକାନ୍ତି କରାଯାଇ ପ୍ରତିଦିନ ଶ୍ରୀଜିଉଙ୍କୁ ଏହି ବିଶେଷ ଭୋଗ ଅର୍ପଣ କରାଯିବ । ବର୍ଷକୁ ଥରେ ଏହି ଭୋଗ ପାଇବା ପାଇଁ ସେବାୟତଙ୍କ ଠାରୁ ଆରମ୍ଭ କରି ଭକ୍ତମାନେ ଉତ୍ସୁକତାର ସହ ଅପେକ୍ଷା କରିଥାନ୍ତି । ତେବେ ସକାଳ ହୋଇଗଲେ ଯଦି ଭୋଗ ନ ଲାଗିଥାଏ ଏହି ଭୋଗ ମାରା ହୋଇଯିବାର ମଧ୍ୟ ବିଧି ରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2025/08/26/puri-2025-08-26-14-29-18.jpg)