କନକ ବ୍ୟୁରୋ: ଆଗାମୀ ୫ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।
ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୬ ତାରିଖ ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି-: ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ା । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, ଦେବଗଡ଼, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ଓ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଜୁଲାଇ ୭ ତାରିଖ ପାଇଁ ମଧ୍ୟ କିଛି ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି-: ମୟୂରଭଞ୍ଜ ଓ କେନ୍ଦୁଝର । ଏହି ଦୁଇଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ସୋନପୁର, ଅନୁଗୁଳ, ଢେଙ୍କାନାଳ, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଭଳି ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ଜୁଲାଇ ୮ ତାରିଖରେ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଭଳି ଜିଲ୍ଲାକୁ ସତର୍କ କରାଯାଇଥିବାବେଳେ ଜୁଲାଇ ୯ ତାରିଖରେ ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଦରଗଡ଼ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏପଟେ ଜୁଲାଇ ୧୦ରୁ ୧୨ ତାରିଖ ଯାଏଁ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇପାରେ ।