କନକ ବ୍ୟୁରୋ : ଆଜି ବି ଜାରି ରହିବ ଡ୍ରାଇଭର ସଂଘର ଷ୍ଟିଅରିଂ ଛାଡ ଆନ୍ଦୋଳନ । ଗତକାଲି ଓଡ଼ିଶା ଡ୍ରାଇଭର ମହାସଂଘ ଓ ସରକାରଙ୍କ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି । ଖାରବେଳ ଭବନରେ ପରିବହନ କମିସନର ଓ ସଚିବଙ୍କ ସହିତ ଅଢ଼େଇ ଘଣ୍ଟା ଧରି ଆଲୋଚନା ହୋଇଥିଲା । ପରିବହନ ମନ୍ତ୍ରୀ ବିଭୁତି ଜେନାଙ୍କ ସହିତ ମଧ୍ୟ ୪ ଘଣ୍ଟା ଧରି ଆଲୋଚନା ହେଲା, କିନ୍ତୁ କୌଣସି ନିଷ୍କର୍ଷ ବାହାରି ପାରିନାହିଁ ।
ଡ୍ରାଇଭର ସଙ୍ଘ ସହ ବୈଠକ ପରେ ପରିବହନ ମନ୍ତ୍ରୀ କହିଛନ୍ତି, ଦାବି ପୂରଣ ଦିଗରେ କାର୍ଯ୍ୟ କରାଯିବ । ଗତକାଲି ଦିନ ତମାମ୍ ରାଜ୍ୟବ୍ୟାପୀ ଅଲ ଓଡ଼ିଶା ଡ୍ରାଇଭର ମହାସଂଘ ଆନ୍ଦୋଳନ କରିଥିଲା । ଫଳରେ ବସ୍, ଅଟୋ କିଛି ଗଡ଼ିନଥିଲା । ହଜାର ହଜାର ଯାତ୍ରୀ ସେମାନଙ୍କ ଗନ୍ତବ୍ୟସ୍ଥଳକୁ ଯିବା ପାଇଁ ହଇରାଣ ହୋଇଥିଲେ । ଲାଗୁଥିଲା, ସରକାରଙ୍କ ସହ ଆଲୋଚନା ପରେ ବାହାରିବ ସମାଧାନର ବାଟ, କିନ୍ତୁ ପରିବହନ ମନ୍ତ୍ରୀଙ୍କ ସହ ୪ ଘଣ୍ଟା ଆଲୋଚନା ସତ୍ତ୍ବେ କୌଣସି ସମାଧାନର ବାଟ ବାହାରି ପାରିନାହିଁ । ୭ ଦଫା ଦାବି ନେଇ ଡ୍ରାଇଭର ଆନ୍ଦୋଳନକୁ ଓହ୍ଲାଇଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)
/kanak/media/media_files/2025/07/09/driver-sangha-2025-07-09-08-15-29.jpg)