କନକ ବ୍ୟୁରୋ : ଘର ଭିତରୁ ମିଳିଲା ଫରେଷ୍ଟରଙ୍କ ଅଧାପୋଡ଼ା ମୃତଦେହ । ନୟାଗଡ଼ ପଞ୍ଚରିଡ଼ା ବନାଞ୍ଚଳର ଫରେଷ୍ଟର ଶିଶିର ସାହୁଙ୍କ ମୃତଦେହ ଉଦ୍ଧାର କରାଯାଇଛି । ତାଙ୍କ ସ୍ତ୍ରୀ ମଧ୍ୟ ଗୁରୁତର ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ନୟାଗଡ଼ ସହରର ବାରମାସୀ ଦଣ୍ଡା ସ୍ଥିତ ଏକ ଘରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି । ତେବେ ନିଆଁ କିପରି ଲାଗିଲା ତାହା ଜଣାପଡ଼ିନାହିଁ । ତାଙ୍କୁ ହତ୍ୟା କରାଯାଇଛି, ନା ସେ ଆତ୍ମହତ୍ୟା କରିଛନ୍ତି ତାହା ଜଣାପଡ଼ିନାହିଁ ।