କନକ ବ୍ୟୁରୋ : ରାହୁଲଙ୍କ ଗସ୍ତ ଓ ସଭାକୁ ଆଖିରେ ରଖି ରାଜଧାନୀରେ ଟ୍ରାଫିକ୍ ବ୍ୟବସ୍ଥା କଡ଼ାକଡ଼ି ହୋଇଛି । ଏନେଇ କମିଶନରେଟ୍ ପୁଲିସ୍ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି । କିଛି ରାସ୍ତାରେ ପ୍ରବଳ ଟ୍ରାଫିକ୍ ଭିଡ଼ ହେବାର ସମ୍ଭାବନା ଥିବାରୁ ଯାତ୍ରୀମାନେ ସେହି ରାସ୍ତା ବଦଳରେ ଅନ୍ୟ ରାସ୍ତାରେ ଯିବାକୁ କମିଶନରେଟ୍ ପୁଲିସ୍ ପକ୍ଷରୁ ଅନୁରୋଧ କରାଯାଇଛି । ସକାଳ ୧୦ଟାରୁ ୧୨ଟା ଭିତରେ ବିମାନ ବନ୍ଦର ଛକରୁ ଜୟଦେବ ବିହାର ଛକ ଯାଏଁ ପ୍ରବଳ ଭିଡ଼ ହୋଇପାରେ । ସେହିପରି ଅପରାହ୍ନ ୧ଟା ୩୦ରୁ ୨ଟା ପର୍ଯ୍ୟନ୍ତ ବରମୁଣ୍ଡା ଛକରୁ ହୋଟେଲ ମେ’ ଫେୟାର ଛକ ପର୍ଯ୍ୟନ୍ତ ପ୍ରବଳ ଭିଡ଼ ହେବାର ଆଶଙ୍କା ରହିଛି । ଅପରାହ୍ନ ୩ଟାରୁ ୩ଟା ୩୦ ଯାଏଁ ହୋଟେଲ ମେ’ ଫେୟାର ଛକରୁ ମାଷ୍ଟର କ୍ୟାଣ୍ଟିନ ପର୍ଯ୍ୟନ୍ତ ଟ୍ରାଫିକ୍ ଭିଡ଼ ହେବାର ସମ୍ଭାବନା ରହିଛି । ଅପରାହ୍ନ ୪ଟାରୁ ୫ଟା ଯାଏଁ ମାଷ୍ଟର କ୍ୟାଣ୍ଟିନ ଛକରୁ ବିମାନ ବନ୍ଦର ଛକ ଓ ଏହାର ଆଖପାଖ ଅଞ୍ଚଳରେ ଟ୍ରାଫିକ୍ ଭିଡ଼ ହେବାର ସମ୍ଭାବନା ରହିଛି । ତେଣୁ ସମ୍ପୃକ୍ତ ସମୟ ମଧ୍ୟରେ ସେହି ସବୁ ରାସ୍ତାରେ ନଯାଇ ଅନ୍ୟ ରାସ୍ତା ଦେଇ ଯିବାଆସିବା କରିବାକୁ କମିଶନରେଟ୍ ପୁଲିସ୍ ପକ୍ଷରୁ ଅନୁରୋଧ କରାଯାଇଛି ।
ସେପଟେ ଡ୍ରାଇଭର ସଂଘର ଆନ୍ଦୋଳନ ଚତୁର୍ଥ ଦିନରେ ପହଞ୍ଚିଛି । ଯଦିଓ ସରକାର ଓ ଡ୍ରାଇଭର ସଂଘ ମଧ୍ୟରେ ଆଲୋଚନା ହୋଇଛି, ହେଲେ କିଛି ସମାଧାନ ବାହାରି ପାରିନି ନାହିଁ । ଫଳରେ ଗତ ତିନି ଦିନ ଧରି ଡ୍ରାଇଭର ଆନ୍ଦୋଳନ ଜାରି ରଖିଛନ୍ତି । ଆଜି ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ ଆନ୍ଦୋଳନର ଚତୁର୍ଥ ଦିନ । ଆନ୍ଦୋଳନ ଯୋଗୁଁ ପରିବହନ ବ୍ୟବସ୍ଥା ଏକପ୍ରକାର ଠପ୍ ହୋଇଯାଇଛି। ଆଉ ଏହାର ପ୍ରଭାବ ବିଭିନ୍ନ କ୍ଷେତ୍ରରେ ପଡ଼ିଛି । ଡ୍ରାଇଭରଙ୍କ ଆନ୍ଦୋଳନ ଯୋଗୁଁ ବସଷ୍ଟାଣ୍ଡରେ ବସ୍, ରାସ୍ତା କଡରେ ଟ୍ରକ ଓ ଅନ୍ୟାନ୍ୟ ଗାଡ଼ି ଛିଡା ହୋଇ ରହିଛି । କେବଳ ଜରୁରୀକାଳିନ ଓ ଘରୋଇ ଗାଡିକୁ ଛାଡି ଦେଲେ ଆଉ କୌଣସି ଗାଡି ଗଡୁନଥିବାରୁ ପରିବହନ ବ୍ୟବସ୍ଥା ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି । ଯାହାଫଳରେ ଲୋକେ ହିନସ୍ତା ହେଉଛନ୍ତି । ଏନେଇ ସରକାର ଡ୍ରାଇଭର ମହାସଂଘ ସହ ଆଲୋଚନା କରିଛନ୍ତି । ତଥାପି ସମାଧାନର ବାଟ ବାହାରିପାରିନି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)
/kanak/media/media_files/2025/07/11/traffic-2025-07-11-08-10-45.jpg)