କନକ ବ୍ୟୁରୋ: ଆଗାମୀ ୬ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

Advertisment

ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୩ ତାରିଖ ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, କୋରାପୁଟ, ସୋନପୁର, ବରଗଡ଼ ଏବଂ କଳାହାଣ୍ଡି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ମାଲକାନଗିରି, ବଲାଙ୍ଗୀର, ନୂଆପଡ଼ା, ନବରଙ୍ଗପୁର, ଗଜପତି, ବୌଦ୍ଧ, ଅନୁଗୁଳ, ଦେବଗଡ଼, କନ୍ଧମାଳ, ରାୟଗଡ଼ା ଏବଂ ଗଞ୍ଜାମ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ଓ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଜୁଲାଇ ୪ ଓ ୫ ତାରିଖ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସୋନପୁର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଏବଂ ନୂଆପଡ଼ା ଭଳି ଜିଲ୍ଲା ଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ଓ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେହିପରି ଜୁଲାଇ ୬ ତାରିଖରେ ଅନେକ ଜିଲ୍ଲାକୁ ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର ଭଳି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ଝଟକା ପବନର ବେଗ ୩୦-୪୦ କିଲୋମିଟର ପ୍ରତି ଘଣ୍ଟା ବହିବା ସହ ବଜ୍ରପାତ ଏବଂ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏପଟେ ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଭଳି ଜିଲ୍ଲାକୁ  ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଜୁଲାଇ ୭ ତାରିଖରେ ମଧ୍ୟ କିଛି ଜିଲ୍ଲାକୁ ଅରେଞ୍ଜ ଏବଂ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବଜ୍ରପାତ ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ସୁନ୍ଦରଗଡ଼ ଭଳି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ସେହିପରି ଜୁଲାଇ ୮ ତାରିଖରେ ଝାରସୁଗୁଡ଼ା ଓ ବରଗଡ଼ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଓ ଏହାର ଆଖପାଖରେ ୪୫ରୁ ୫୫ କି.ମି ବେଗରେ ପବନ ବହିବା ସହ ଝଡ଼ବର୍ଷାର ସମ୍ଭାବନା ରହିଛି ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।