କନକ ବ୍ୟୁରୋ: ମୋଦୀଙ୍କ ଗସ୍ତ ପୂର୍ବରୁ ଚଣ୍ଡିଖୋଲରେ ବେଣାପୁରରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା । କେନ୍ଦ୍ରୀୟ ସୁରକ୍ଷା ଟିମ୍, ଯାଜପୁର ଜିଲ୍ଲାପାଳ, ଏସପି, ରାଜ୍ୟ ପୋଲିସର ବରିଷ୍ଠ ଅଧିକାରୀ ସଭାସ୍ଥଳରେ ପହଂଚି ସୁରକ୍ଷା ବ୍ୟବସ୍ଥା ଯାଂଚ କରିଛନ୍ତି । ଆସନ୍ତାକାଲି ଅପରାହ୍ନ ୨ଟା ୪୦ରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିବେ । ସେଠାରୁ ହେଲିକପ୍ଟର ଯୋଗେ ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯିବେ । ଅପରାହ୍ନ ୩ଟା ୧୫ରେ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବେ । ଏହା ପରେ ପାଖ ପଡ଼ିଆରେ ଆୟୋଜିତ ଦଳୀୟ ସଭାରେ କର୍ମକର୍ତାଙ୍କୁ ସମ୍ବୋଧିତ କରିବେ । ମୋଦୀଙ୍କ ସଭାରେ ପ୍ରାୟ ୨ ଲକ୍ଷରୁ ଅଧିକ ଲୋକଙ୍କ ସମାଗମ ହେବ ବୋଲି ବିଜେପି ଆକଳନ କରିଛି । ଗସ୍ତ ଅବସରରେ ମୋଦୀ ଚଣ୍ଡିଖୋଲରେ ୧୯ ହଜାର ୬ ଶହ କୋଟି ଟଙ୍କାରୁ ଅଧିକ ଖର୍ଚ୍ଚରେ ଏକାଧିକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ ।

Advertisment

- ଚଣ୍ଡିଖୋଲ-ପାରାଦୀପ ଜାତୀୟ ରାଜପଥର ୮ ଥାକିଆ ରାସ୍ତାର ଶିଳାନ୍ୟାସ
- ତୈଳ ଓ ଗ୍ୟାସ, ରେଳବାଇ, ସଡ଼କ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତି କ୍ଷେତ୍ରରେ ଅନେକ ପ୍ରକଳ୍ପର ଲୋକାର୍ପଣ
- ପାରାଦୀପ ବିଶୋଧନାଗାରରେ ଇଣ୍ଡିଆନ୍ ଅଏଲ୍ କର୍ପୋରେସନ୍ ଲିମିଟେଡ୍ ମନୋଇଥିଲିନ୍ ଗ୍ଲାଇକୋଲ ପ୍ରକଳ୍ପର ଉଦ୍ଘାଟନ
- ପାରାଦୀପରୁ ପଶ୍ଚିମବଙ୍ଗର ହଳଦିଆ ଯାଏଁ ୩୪୪ କିମି ପାଇପ୍ ଲାଇନ୍ର ଉଦ୍ଘାଟନ
- ୧୬୨ କିମିର ବାଂଶପାଣି-ଦୈତାରୀ-ଟମକା-ଯଖପୁରା ରେଳ ଲାଇନ୍ ଦୋହରୀକରଣର ଉଦଘାଟନ
- କେନ୍ଦୁଝରଗଡ଼ ମାର୍ଗ ଦେଇ ପୁରୀ ଏବଂ ଆନନ୍ଦ ବିହାର ମଧ୍ୟରେ ନୂଆ ଟ୍ରେନ୍ କେନ୍ଦୁଝରଗଡ଼ ରେଳ ଷ୍ଟେସନରୁ ଶୁଭାରମ୍ଭ
- କେନ୍ଦ୍ରାପଡ଼ା ଜିଲ୍ଲା ଦେଇ ହରିଦାସପୁର-ପାରାଦୀପ ରେଳପଥରେ ଯାତ୍ରୀବାହୀ ଟ୍ରେନ୍ ଚଳାଚଳ କରିବ
- ଏହି ମାର୍ଗରେ ପ୍ରଥମ ଥର ଯାତ୍ରୀବାହୀ ଟ୍ରେନ୍ ଚଳାଚଳ ପାରାଦୀପ-କେନ୍ଦୁଝରଗଡ଼ ମଧ୍ୟରେ କରିବ
- ଯାଜପୁରଠାରୁ ଉତ୍ତରପ୍ରଦେଶର ଦାଦ୍ରି ପର୍ଯ୍ୟନ୍ତ କଣ୍ଟେନର ଟ୍ରେନ୍ ସେବା ପ୍ରଚଳନର ମଧ୍ୟ ଶୁଭାରମ୍ଭ ହେବ