ସ୍ୱାଧୀନତା ଦିବସ ସମାରୋହ : ସ୍କୁଲରେ ଭାଗ ନେବେ ଛାତ୍ରଛାତ୍ରୀ; ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା 

817

କନକ ବ୍ୟୁରୋ : ସ୍ୱାଧୀନତା ଦିବସରେ ସାମିଲ ହେବେ ଛାତ୍ରଛାତ୍ରୀ । ସରକାରୀଙ୍କ ମାର୍ଗଦର୍ଶିକା ଅନୁସାରେ ବିଦ୍ୟାଳୟରେ ଅନୁଷ୍ଠିତ ସ୍ୱାଧୀନତା ଦିବସରେ ଭାଗ ନେଇପାରିବେ ଛାତ୍ରଛାତ୍ରୀ । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ । ୭୬ ତମ ସ୍ୱାଧୀନତା ଦିବସ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ପାଳିତ ହେବ ।

ସମଗ୍ର ଶିକ୍ଷାନୁଷ୍ଠାନରେ ପାଳିତ ହେବାକୁ ଥିବା ସ୍ୱାଧୀନତା ଦିବସ ୨୦୨୨ରେ ସ୍କୁଲ ଛାତ୍ରଛାତ୍ରୀ ମାନେ ଅଂଶଗ୍ରହଣ କରିପାରିବେ । ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ସ୍ୱାଧୀନତା ଦିବସ ପରି ଏକ ଜାତୀୟ ଉତ୍ସବରେ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିପାରିବେ ।