କନକ ବ୍ୟୁରୋ: ସୁନାବେଶ ପାଇଁ ହେଲା ନୀତି ନିର୍ଘଣ୍ଟ । ସକାଳ ୬ଟାରୁ ଆରମ୍ଭ ହେବ ମଙ୍ଗଳ ଆଳତୀ ନୀତି । ଦିନ ୧୦ଟା ୩୦ ସୁଦ୍ଧା ଗୋପାଳ ବଲ୍ଲଭ ଭୋଗ ନୀତି । ସେହିପରି ଦିନ ୨ଟାରୁ ୩ଟା ମଧ୍ୟରେ ମଧ୍ୟାହ୍ନ ଧୂପ ନୀତି । ଆଉ ସନ୍ଧ୍ୟା ୫ଟାରୁ ୬ଟା ମଧ୍ୟରେ ହେବ ସୁନାବେଶ । ରାତି ୧୦ଟା କିମ୍ବା ୧୧ଟା ଯାଏଁ ଦୁର୍ଲଭ ବେଶ ଦର୍ଶନ ।