ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ : ୨୦୦ରେ ପହଞ୍ଚିଲା ପଜିଟିଭ ସଂଖ୍ୟା; ଦିନକରେ ଚିହ୍ନଟ ହେଲେ ଆଉ ୭ ଆକ୍ରାନ୍ତ

192

କନକ ବ୍ୟୁରୋ : ସୁନ୍ଦରଗଡ଼କୁ ଟେନସନ୍ ଦେଉଛି ସ୍କ୍ରବ ଟାଇଫସ । ୨୦୦ରେ ପହଞ୍ଚିଲାଣି ପଜିଟିଭ ସଂଖ୍ୟା । ଆଜି ପୁଣି ଦିନକରେ ଚିହ୍ନଟ ହୋଇଛନ୍ତି ଆଉ ୭ ଆକ୍ରାନ୍ତ । ଔଷଧ ମହଜୁଦ ରହିଥିବା ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସୂଚନା ଦେଇଛନ୍ତି । ୩୭ଟି ନମୁନା ପରୀକ୍ଷା କରାଯାଇଥିବା ବେଳେ ସେଥିମଧ୍ୟରୁ ୭ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ରବିବାର ୧୧, ସୋମବାର ୩ ଚିହ୍ନଟ ହୋଇଥିଲେ। ଠିକ୍ ସେହିପରି ମଙ୍ଗଳବାର ବି୧୦ ପଜିଟିଭ୍ ଚିହ୍ନଟ ହୋଇଥିଲେ ।

ଏହା ସହ ସଂଖ୍ୟା୨୦୦ରେ ପହଞ୍ଚିଛି । ତେବେ ଏହା ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ହୋଇଥିବା ପରୀକ୍ଷାର ରିପୋର୍ଟ। ଘରୋଇ ଭାବେ ପ୍ରକାଶିତ ତଥ୍ୟାନୁସାରେ ଆକ୍ରାନ୍ତ ସଂଖ୍ୟା ୫ ଶହ ଟପି ଯାଇଥିବା କୁହାଯାଉଛି। କେବଳ ରାଜଗାଙ୍ଗପୁରର ଏକ ଘରୋଇ କ୍ଲିନିକରେ ୧୫୦ରୁ ଅଧିକ ସ୍କ୍ରବ୍ ଟାଇଫସ ଚିହ୍ନଟ ହୋଇଥିବା ସୂଚନା ମିଳିଛି ।