‘୧୦୦ କୋଟି ୧୧ଶହ କୋଟି କେମିତି ହେଲା?' କେଜ୍ରିୱାଲଙ୍କ ମାମଲାରେ ଇଡିକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ

‘୧୦୦ କୋଟି ୧୧ଶହ କୋଟି କେମିତି ହେଲା?' କେଜ୍ରିୱାଲଙ୍କ ମାମଲାରେ ଇଡିକୁ ସୁପ୍ରିମକୋର୍ଟଙ୍କ ପ୍ରଶ୍ନ

କନକ ବ୍ୟୁରୋ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଲୋକସଭା ନିର୍ବାଚନରେ ପ୍ରଚାର ପାଇଁ ଅନ୍ତରୀଣ ଜାମିନ ଦିଆଯିବା ଉଚିତ କି ନାହିଁ ସେ ନେଇ ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି । ଏନେଇ ଅରବିନ୍ଦ କେଜ୍ରିୱାଲଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ବେଳେ ଇଡି ପକ୍ଷରୁ ହାଜର ହୋଇଥିବା ଏଏସଜି ଏସଭି ରାଜୁ ଯୁକ୍ତି ଉପସ୍ଥାପନ କରିଥିଲେ। ମନୀଷ ସିସୋଦିଆଙ୍କ ଜାମିନ ବାତିଲ ହେବା ପରେ ୧୧୦୦ କୋଟି ଟଙ୍କାର ସମ୍ପତ୍ତି ଜବତ କରାଯାଇଛି ବୋଲି ଏଏସଜି ରାଜୁ ସୁପ୍ରିମ୍ କୋର୍ଟଙ୍କୁ କହିଛନ୍ତି। ଏହାର ଜବାବରେ ଜଷ୍ଟିସ୍ ଖାନ୍ନା ପ୍ରଶ୍ନ କରିଥିଲେ ଯେ ଅପରାଧ ଅର୍ଥାତ୍ ଲାଞ୍ଚ ବାବଦରେ ୧୦୦ କୋଟି ଟଙ୍କା ଆଦାୟ ହୋଇଛି କି? ୨-୩ ବର୍ଷରେ ଏହା କିପରି ୧୧୦୦ କୋଟି ଟଙ୍କା ରେ ପରିଣତ ହେଲା? ଏହା ଅତି ଆଶ୍ଚର୍ଯ୍ୟଜନକ ତଥ୍ୟ ବୋଲି ସେ କହିଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe