ବାଲେଶ୍ୱରରେ ୫ଟି ସଚିବ ଭି.କେ ପାଣ୍ଡିଆନ : ଜ୍ୟୋତି କୋଭିଡ୍ ହସ୍ପିଟାଲ ଓ ବାଲେଶ୍ୱର ହସ୍ପିଟାଲର କରିବେ ପରିଦର୍ଶନ

139

କନକ ବ୍ୟୁରୋ : ବାଲେଶ୍ୱରରେ ୫ଟି ସଚିବ ଭି.କେ ପାଣ୍ଡିଆନ । ତାଙ୍କ ସହ ଅଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ସମେତ ପୂର୍ତ୍ତ ସଚିବ କ୍ରିଷ୍ଣନ କୁମାର ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ବୃନ୍ଦ । ସଚିବମାନେ ହେଲିକପ୍ଟର ଯୋଗେ ଆସି ବାଲେଶ୍ବର ସହରର ପୁଲିସ ପରେଡ୍‌ ପଡ଼ିଆରେ ଓହ୍ଲାଇଥିଲେ ।

୩ ସଚିବଙ୍କୁ ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ଏହାପରେ ମୁଖ୍ୟ ଶାସନ ସଚିବ ଏବଂ ୫ଟି ସଚିବ ପ୍ରଥମେ କୁରୁଡ଼ା ସ୍ଥିତ ଜ୍ୟୋତି ହସ୍ପିଟାଲକୁ ଯାଇଛନ୍ତି । ସେଠାରେ କୋଭିଡ ହସ୍ପିଟାଲ ପୁନଃକାର୍ଯ୍ୟକ୍ଷମ ନେଇ ସ୍ଥିତି ଅନୁଧ୍ୟାନ କରିବେ ।

ଏହାପରେ ବାଲେଶ୍ବର ସହର ଏବଂ ଏହାର ଆଖପାଖ ଅଞ୍ଚଳରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ବୁଲି ଦେଖିବା ସହ ୫ଟି ଅନ୍ତର୍ଭୁକ୍ତ କାର୍ଯ୍ୟକ୍ରମଗୁଡ଼ିକ କିଭଳି ଚାଲିଛି ସେସବୁର ସମୀକ୍ଷା କରିବେ । ସମୀକ୍ଷା ପରେ ୯ଟା ୧୫ ମିନିଟରେ ମୁଖ୍ୟ ଶାସନ ସଚିବ ଗଣମାଧ୍ୟମକୁ ସମ୍ବୋଧିତ କରିବେ । ଏହାପରେ ୯ଟା ୪୫ରେ ପୁଣି ଭୁବନେଶ୍ବର ଫେରିଯିବାର କାର୍ଯ୍ୟକ୍ରମ ରହିଛି ।