କନକବ୍ୟୁରୋ : ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ସକାଳ ସାଢ଼େ ୮ଟା ସୁଦ୍ଧା ୧୩ ସହରର ତାପମାତ୍ରା ୩୩ଡିଗ୍ରୀ ଅତିକ୍ରମ କରିଛି । ୩୬ ଡିଗ୍ରୀ ସହ ଅନୁଗୁଳ ସବୁଠୁ ଉତପ୍ତ ସହର ପାଲଟିଛି । ଭବନୀପାଟଣାରେ ତାପମାତ୍ରା ୩୫.୫, ତାଳଚେରରେ ୩୫.୪, ବାରିପଦାରେ ୩୫.୨, ବାଲେଶ୍ୱରରେ ଓ କେନ୍ଦୁଝରରେ ୩୪.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।
ଆଜି କିଛି ସ୍ଥାନରେ ପାରଦ ୪୪ ଡିଗ୍ରୀ ଛୁଇଁବାର ଆଶଙ୍କା ରହିଛି । ହିଟୱେଭ ନେଇ ୧୩ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ମେ ୧ ତାରିଖ ଯାଏ ସମାନ ସ୍ଥିତି ଲାଗି ରହିବ ବୋଲି ଆକଳନ କରାଯାଇଛି । ଭୀଷଣ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟବାସୀଙ୍କୁ ସତର୍କ କରାଇଛନ୍ତି ଏସଆରସି । ଖରାରେ ବାହାରକୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/04/20-21.jpg)