ଶରଧାବାଲିରେ ତାଳଧ୍ୱଜ, ଦର୍ପଦଳନ: ପଛରେ ଗହଳି ଲଗାଇ ନନ୍ଦିଘୋଷରେ ଆସୁଛନ୍ତି କାଳିଆ ଠାକୁର

78

କନକ ବ୍ୟୁରୋ: ଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚିଛି ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଓ ମା ସୁଭଦ୍ରାଙ୍କ ଦର୍ପଦଳନ ରଥ । ପଛରେ ଗହଳି ଲଗାଇ ଆସୁଛି କାଳିଆ ଠାକୁରଙ୍କ ନନ୍ଦିଘୋଷ ରଥ । ହରିବୋଲ ହୁଳହୁଳିରେ ପ୍ରକମ୍ପିତ ହେଉଛି ଶ୍ରୀକ୍ଷେତ୍ର । ନନ୍ଦିଘୋଷ ରଥକୁ ଭକ୍ତମାନେ ଟାଣି ଟାଣି ଗୁଣ୍ଡିଚା ମନ୍ଦିର ଅଭିମୁଖେ ଆଣୁଛନ୍ତି ।

ରଥ ଯାତ୍ରା ପାଇଁ ଜନସମୁଦ୍ର ପାଲଟିଛି ଶ୍ରୀକ୍ଷେତ୍ର । ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ଜନସମୁଦ୍ର ସୃଷ୍ଟି କରିଛି ବଡଦାଣ୍ଡରେ । ଆଜି ଭକ୍ତ ଭଗବାନଙ୍କ ମଧ୍ୟରେ ଚାଲିଛି ଅପୂର୍ବ ମିଳନ । ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ମାଉସୀ ଘର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ମହାପ୍ରଭୁ । ଶ୍ରଦ୍ଧାର ଦଉଡିରେ ତିନି ଠାକୁରଙ୍କ ରଥକୁ ଟାଣି ଟାଣି ଆଣୁଛନ୍ତି ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ।