ଗୁଣ୍ଡିଚା ମନ୍ଦିର ନିକଟରେ ତାଳଧ୍ୱଜ ରଥ: ପଛେ ପଛେ ଆସୁଛନ୍ତି ମା’ ସୁଭଦ୍ରା, ମହାପ୍ରଭୁ ଜଗନ୍ନାଥ

117

କନକ ବ୍ୟୁରୋ: ଗୁଣ୍ଡିଚା ମନ୍ଦିର ନିକଟରେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ । ତାଳଧ୍ୱଜ ପଛେ ପଛେ ଗଡି ଚାଲିଛି ମା ସୁଭଦ୍ରାଙ୍କ ଦର୍ପଦଳନ । ପଛରେ ଗହଳି ଲଗାଇ ଆସୁଛି କାଳିଆ ଠାକୁରଙ୍କ ନନ୍ଦିଘୋଷ ରଥ । ହରିବୋଲ ହୁଳହୁଳିରେ ପ୍ରକମ୍ପିତ ହେଉଛି ଶ୍ରୀକ୍ଷେତ୍ର ।

ରଥ ଯାତ୍ରା ପାଇଁ ଜନସମୁଦ୍ର ପାଲଟିଛି ଶ୍ରୀକ୍ଷେତ୍ର । ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ଜନସମୁଦ୍ର ସୃଷ୍ଟି କରିଛି ବଡଦାଣ୍ଡରେ । ଆଜି ଭକ୍ତ ଭଗବାନଙ୍କ ମଧ୍ୟରେ ଚାଲିଛି ଅପୂର୍ବ ମିଳନ । ଭାଇ ଭଉଣୀଙ୍କୁ ସାଙ୍ଗରେ ନେଇ ମାଉସୀ ଘର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ମହାପ୍ରଭୁ । ଶ୍ରଦ୍ଧାର ଦଉଡିରେ ତିନି ଠାକୁରଙ୍କ ରଥକୁ ଟାଣି ଟାଣି ନେଉଛନ୍ତି ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ।