ତତଲା ତାଳଚେର : ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୧.୭ ଡିଗ୍ରି ରେକର୍ଡ

ତତଲା ତାଳଚେର : ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୧.୭ ଡିଗ୍ରି ରେକର୍ଡ

କନକ ବ୍ୟୁରୋ : ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ଆସନ୍ତା ୩ରୁ ୪ ଦିନ ଧରି କେତେକ ସହରର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରି ଉପରେ ରହିବ। ତେବେ ଏହି ସମୟ ମଧ୍ୟରେ ରାଜ୍ୟର ଅନ୍ୟ ସହରଗୁଡିକର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ସାରା ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଛି। ୮ଟି ସହରର ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରି ଉପରେ ରହିଥିଲା। ତାଳଚେରରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୧.୭ ଡିଗ୍ରି ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗୀରରେ ୪୧.୨, ଅନୁଗୁଳରେ ୪୦.୫, ଝାରସୁଗୁଡା, ବୌଦ୍ଧ ଓ ସୋନପୁରରେ ୪୦.୨, ମାଲକାନଗିରିରେ ୪୦.୧, ଟିଟିଲାଗଡ଼ରେ ୪୦ ଡିଗ୍ରି ରେକର୍ଡ କରାଯାଇଛି।

ବାରିପଦା ଓ ବାଲେଶ୍ୱରର କେତେକ ସ୍ଥାନରେ ବର୍ଷା ହୋଇଛି। ଆସନ୍ତା ୨୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ହୋଇପାରେ। ୧୮ ତାରିଖରେ କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe