ଟ୍ରେନ ଦୁର୍ଘଟଣା ପାଇଁ ତାମିଲନାଡୁ ସରକାରଙ୍କ ସହାୟତା ରାଶି ଘୋଷଣା । ମୃତକଙ୍କ ପରିବାରକୁ ୫ଲକ୍ଷ ଆହତଙ୍କୁ ୧ ଲକ୍ଷ ସହାୟତା
କନକ ବ୍ୟୁରୋ: ବାହାନଗା ଟ୍ରେନ୍ ଦୁର୍ଘଟଣା ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି ତାମିଲନାଡୁ ସରକାର । ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀଙ୍କ ପରିବାରକୁ ୫ ଲକ୍ଷ ଓ ଆହତଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ । ଏହା ପୂର୍ବରୁ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ସହ ଭିଡିଓ କନଫରେନ୍ସିଙ୍ଗରେ ଆଲୋଚନା କରି ସ୍ଥିତି ବାବଦରେ ତଥ୍ୟ ନେଇଥିଲେ ଏବଂ ଘଟଣାକୁ ନେଇ ଗଭୀର ଶୋକ ପ୍ରକାଶ କରିଥିଲେ ।

Kanak News is now on WhatsApp
Join and get latest news updates delivered to you via WhatsApp
ଏହାସହ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ୍ ମଧ୍ୟ ରେଳ ଦୁର୍ଘଟଣାରେ ମୃତାହତ ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହ, ଆହତ ଲୋକଙ୍କ ଉଦ୍ଧାର ଓ ଚିକିତ୍ସା ପାଇଁ ସବୁପ୍ରକାର ସହାୟତା ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି ।