କନକ ବ୍ୟୁରୋ: ଉତ୍ତର ଓଡ଼ିଶା ବିକାଶ ପରିଷଦ ପାଇଁ ଟାସ୍କଫୋର୍ସ ଗଠନ ହୋଇଛି। ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଟାସ୍କଫୋର୍ସର ଅଧ୍ୟକ୍ଷ ନିଯୁକ୍ତ ହୋଇଛନ୍ତି। ଏହି ଟାସ୍କଫୋର୍ସରେ ମୋଟ ୮ଜଣ ସଦସ୍ୟ ରହିଛନ୍ତି। ସେମାନେ ହେଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ, ସରକାରୀ ଦଳ ଉପମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ବାଲେଶ୍ବର ସାଂସଦ ପ୍ରତାପ ଷଡଙ୍ଗୀ, କେନ୍ଦୁଝର ସାଂସଦ ଅନନ୍ତ ନାୟକ, କରଞ୍ଜିଆ ବିଧାୟକ ପଦ୍ମଚରଣ ହାଇବୁରୁ, ଚମ୍ପୁଆ ବିଧାୟକ ସନାତନ ମହାକୁଡ଼, ତେଲକୋଇ ବିଧାୟକ ଫକୀର ମୋହନ ନାୟକ ଏବଂ ବାସୁଦେବପୁର ବିଧାୟକ ଅଶୋକ କୁମାର ଦାସ। ଚଳିତ ମାସ ପ୍ରଥମ ସପ୍ତାହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉତ୍ତର ଓଡ଼ିଶା ବିକାଶ ପରିଷଦ ସ୍ଥାପନ ଲାଗି ଏକ ଟାସ୍କଫୋର୍ସ ଗଠନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ସ୍ବାଗତ କରିଥିଲେ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ।
ଉତ୍ତର ଓଡ଼ିଶା ବିକାଶ ପରିଷଦ ପାଇଁ ଗଠନ ହେଲା ଟାସ୍କଫୋର୍ସ ; ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ୮ଜଣିଆ ସଦସ୍ୟ ନିଯୁକ୍ତ
/kanak/media/post_attachments/wp-content/uploads/2024/07/3-34.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)