କନକ ବ୍ୟୁରୋ: ରାଜଧାନୀରେ ଏକାଠି ହେଲେ ହଜାର ହଜାର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ । ତିନି ଦଫା ଦାବି ନେଇ ଆନ୍ଦୋଳନ ଡାକରା ଦେଇଛନ୍ତି ପ୍ରାଥମିକ ଶିକ୍ଷକ, ଶିକ୍ଷୟିତ୍ରୀ । ନୂତନ ପେନସନ ଯୋଜନାରେ ସରକାରଙ୍କ ନୀତିବିହୀନ ନିଷ୍ପତିକୁ ବିରୋଧ କରି ଆନ୍ଦୋଳନକୁ ଓହ୍ଲାଇଛନ୍ତି ଶିକ୍ଷକମାନେ । ଏଥିରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ୧ ଲକ୍ଷରୁ ଅଧିଳ ଶିକ୍ଷକ, କର୍ମଚାରୀ ସାମିଲ ହୋଇଛନ୍ତି । ଏନପିଏସ ଶିକ୍ଷକ ସଂଘର ଦାବି ଗୁଡ଼ିକ ଯଥାର୍ଥ ଏବଂ ସରକାର ସେମାନଙ୍କ ସମସ୍ୟା ତୁରନ୍ତ ସମାଧାନ କରିବା ଦରକାର ବୋଲି କହି ଓଷ୍ଟା ଆନ୍ଦୋଳନକୁ ସମର୍ଥନ ଜଣାଇଛି ।
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
{{#pages}}
{{/pages}}
Follow Us