କନକ ବ୍ୟୁରୋ: ସରକାରୀ ସହକାରୀ ଶିକ୍ଷୟତ୍ରୀଙ୍କୁ ନିର୍ବାଚନ ଅଧିକାରୀଙ୍କ ଛାଟ । ନିର୍ବାଚନ ଆଚରଣ ବିଧି ଲାଗିଥିବା ସମୟରେ ଏକ ରାଜନୈତିକ ଦଳର ଦଳୀୟ ରାଲିରେ ଯୋଗ ଦେଇ ନିଲମ୍ବିତ ହେଲେ ଶିକ୍ଷୟତ୍ରୀ । ବୌଦ୍ଧ ଜିଲ୍ଲା ଦହ୍ୟା ସରକାରୀ ନୋଡାଲ ହାଇସ୍କୁଲର ସହକାରୀ ଶିକ୍ଷୟତ୍ରୀ ସଂଘମିତ୍ରା ମଲ୍ଲିକଙ୍କୁ ନିଲମ୍ବିତ କରିଛନ୍ତି ଜିଲ୍ଲା ନିର୍ବାଚନ ଅଧିକାରୀ ।
ସୂଚନା ଅନୁସାରେ, ଦୁଇ ଦିନ ତଳେ ବୌଦ୍ଧ ଜିଲ୍ଲା କଣ୍ଟାମାଲ ନିର୍ବାଚନ ମଣ୍ଡଳୀ ପଲଶପାଟ ଠାରୁ ଆମ୍ବଗାଁ ପର୍ଯ୍ୟନ୍ତ ଏକ ରାଜନୈତିକ ଦଳ ପକ୍ଷରୁ ବାଇକ୍ ରାଲି ହୋଇଥିଲା । ଏହି ରାଲିରେ ଶୀକ୍ଷୟତ୍ରୀ ସଂଘମିତ୍ରା ମଲ୍ଲିକ ଯୋଗଦେଇଥିବା ଅଭିଯୋଗ ହୋଇଥିଲା । ଏହା ପୂର୍ବରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ବାଚନ କମିଶନ୍ଙ୍କ ନିୟମ ଅନୁଯାୟୀ ସମସ୍ତ ସରକାରୀ କର୍ମଚାରୀମାନେ କୌଣସି ରାଜନୈତିକ କାର୍ଯ୍ୟକ୍ରମରେ ଯୋଗ ଦେଇ ପାରିବେ ନାହିଁ ବୋଲି ଚିଠି ଲେଖି ଉଲ୍ଲେଖ କରାଯାଇଥିଲା । ଏହାର ଖିଲାପ ଯୋଗୁଁ ଶିକ୍ଷୟତ୍ରୀଙ୍କୁ ନିଲମ୍ବିତ କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/04/7-10.jpg)