ପୁଣି ରାଜରାସ୍ତାକୁ ଓହ୍ଲାଇଲେ ଶିକ୍ଷକ । ଏକାଧିକ ଦାବି ନେଇ ଲୋୟର ପିଏମଜିରେ ବିଶାଳ ସମାବେଶ ।

Advertisment
ପୁଣି ରାଜରାସ୍ତାକୁ ଓହ୍ଲାଇଲେ ଶିକ୍ଷକ । ଏକାଧିକ ଦାବି ନେଇ ଲୋୟର ପିଏମଜିରେ ବିଶାଳ ସମାବେଶ ।

କନକ ବ୍ୟୁରୋ: ସରକାର ଦେଇଥିବା ପ୍ରତିଶ୍ରୁତି କାର୍ଯ୍ୟକାରୀ ନ କରିବା ପ୍ରତିବାଦରେ ପୁଣି ରାଜରାସ୍ତାକୁ ଓହ୍ଲାଇଛନ୍ତି ଓଷ୍ଟା ଶିକ୍ଷକ । ରାଜଧାନୀ ଲୋୟର ପିଏମଜିରେ ଓଷ୍ଟା ଶିକ୍ଷକଙ୍କ ବିଶାଳ ସମାବେଶ । ଆଜି ପର୍ଯ୍ୟନ୍ତ ଅନୁଦାନ ପାଇନଥିବା ବିଦ୍ୟାଳୟକୁ ଅନୁଦାନ ପ୍ରଦାନ କରିବା, ନୂତନ ଅନୁଦାନ ପ୍ରାପ୍ତ ବିଦ୍ୟାଳୟରୁ ଅବସର ନେଉଥିବା ଶିକ୍ଷକ ଓ କର୍ମଚାରୀଙ୍କୁ ଅବସରକାଳୀନ ସୁବିଧା ପ୍ରଦାନ କରିବା, ୨୨୬ ଓ ୩୯୯ ବିଦ୍ୟାଳୟକୁ ସପ୍ତମ ବେତନ ପ୍ରଦାନ କରିବା ଇତ୍ୟାଦି ଦାବିକୁ ସରକାର ବାରମ୍ବାର ପ୍ରତିଶ୍ରୁତି ଦେଇ ପାଳନ କରୁନଥିବାରୁ ଆଜି ରାଜରାସ୍ତାକୁ ଓହ୍ଲାଇଛନ୍ତି ଶିକ୍ଷକ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe