କନକ ବ୍ୟୁରୋ: ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ଫାଇନାଲ ପାଇଁ ଭାରତୀୟ ଦଳ ଘୋଷଣା ହେଲା । ୧୫ ଜଣିଆ ଦଳ ଘୋଷଣା କରିଛି ବିସିସିଆଇ । ଏନେଇ ଟ୍ୱିଟ କରି ସୂଚନା ଦିଆଯାଇଛି । ତେବେ ଦଳର ଅଧିନାୟକ ରହିଛନ୍ତି ବିରାଟ କୋହଲି ଓ ଉପ ଅଧିନାୟକ ରହିଛନ୍ତି ଆଜିଙ୍କ୍ୟ ରାହାଣେ ।
🗒️ #TeamIndia announce their 15-member squad for the #WTC21 Final 💪 👇 pic.twitter.com/ts9fK3j89t
— BCCI (@BCCI) June 15, 2021
ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ଫାଇନାଲ ମ୍ୟାଚ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ । ଜୁନ ୧୮ ତାରିଖରେ ଏହି ମ୍ୟାଚ ଆରମ୍ଭ ହେବ । ତେବେ ଉଭୟ ଦଳ ଏହି ମ୍ୟାଚରେ ବେଶ ଶକ୍ତିଶାଳୀ ରହିଛନ୍ତି । ତେଣୁ ଟେଷ୍ଟ ଚାମ୍ପିୟନସିପରେ କିଏ ବାଜି ମାରିବ ତାହା ଦେଖିବା ବାକି ରହିଲା ।
ଭାରତୀୟ ଦଳ: ରୋହିତ ଶର୍ମା, ଶୁଭମନ ଗିଲ, ଚେତେଶ୍ୱର ପୂଜାରା, ବିରାଟ କୋହଲି (ଅଧିନାୟକ), ଆଜିଙ୍କ୍ୟ ରାହାଣେ (ଉପ-ଅଧିନାୟକ), ହନୁମା ବିହାରୀ, ରିଷବ ପନ୍ତ, ରିଦ୍ଧିମାନ ଶାହା, ରବିଚନ୍ଦ୍ରନ ଅଶ୍ୱିନୀ, ରବିନ୍ଦ୍ର ଜାଡେଜା, ଯଶପ୍ରିତ ବୁମରାହ, ଇଶାନ୍ତ ଶର୍ମା, ମହମ୍ମଦ ସାମ, ଉମେଶ ଯାଦବ, ମହମ୍ମଦ ସିରାଜ
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)
/kanak/media/post_attachments/wp-content/uploads/2021/06/Kohli-team-759.jpg)