ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ଶୀତ ଲହରୀ ଅନୁଭୁତ ହେବା ସମ୍ଭାବନା । ୩ଦିନ ପରେ ୨ରୁ ୩ଡିଗ୍ରୀ ବଢିବାରେ ରାତି ତାପମାତ୍ରା ।

261

କନକ ବ୍ୟୁରୋ: ପହିଲା ଯାଏଁ ରାଜ୍ୟରେ ଜାରି ରହିବ ଶୁଖିଲା ପାଗ । କିନ୍ତୁ ଉତର-ପଶ୍ଚିମ ଦିଗରୁ ରାଜ୍ୟକୁ ପ୍ରବେଶ କରୁଥିବା ଥଣ୍ଡା ଶୁଷ୍କ ପ୍ରଭାବରେ ଉତର ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଲହରି ଅନୁଭୂତ ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼ ଏବଂ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଶୀତଲହରି ଅନୁଭୂତ ହେବା ସମ୍ଭାବନା ରହିଛି ।

ସେହିପରି ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ପରବର୍ତୀ ସମୟରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି । ଏହା ସହ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ସମେତ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଘନ କୁହୁଡି ଦେଖାଦେଇପାରେ । ରାତ୍ରିରୁ ସକାଳ ମଧ୍ୟରେ ଦୃଶ୍ୟମାନ ଦୂରତା ୨୦୦ରୁ ୫୦୦ ମିଟର ମଧ୍ୟରେ ସୀମିତ ରହିବା ସମ୍ଭାବନା ରହିଛି ।