କନକ ବ୍ୟୁରୋ : ଦଶହରା ପାଇଁ ରାଜଧାନୀରେ କଡା ସୁରକ୍ଷା । ୩୧ ପ୍ଲାଟୁନ ଫୋର୍ସ ସୁରକ୍ଷା ଦାୟିତ୍ୱରେ ରହିବେ । ପ୍ରେସମିଟରେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସୂଚନା । ରାଜଧାନୀର ୧୮୮ଟି ସ୍ଥାନରେ ହେବ ଦୁର୍ଗାପୂଜା । ୨୦ ରୁ ୨୫ ଅକ୍ଟୋବର ଯାଏଁ ପୋଲିସ ଛାଉଣୀରେ ରହିବ ରାଜଧାନୀ । ଟ୍ରାଫିକ କଟକଣା ସହ ବ୍ଲକିଂ ଓ ଚେକିଂ କଡାକଡି ହେବ । ଭାରିଯାନ ଚଳାଚଳ ଉପରେ ପ୍ରତିବନ୍ଧକ ରହିବ । ୩ଟି କ୍ୟାଟାଗୋରୀରେ ପୂଜା ମଣ୍ଡପକୁ ସୁରକ୍ଷା ଦିଆଯିବ । ବିଭିନ୍ନ ବିଭାଗ ସହ କମିଶନରେଟ ପୋଲିସର ଜଏଣ୍ଟ ଇନ୍ସପେକ୍ସନ ସରିଛି । ୬ଟି ଜାଗାରେ କଣ୍ଟ୍ରୋଲ ରୁମ କରିଛି କମିଶନରେଟ ପୋଲିସ ।

Advertisment

ବଟି ଓ ଚାନ୍ଦା ମାଗିଲେ ଟୋଲ ଫ୍ରି ନମ୍ବର ଜାରି କରାଯାଇଛି । ପୂରା ସୁରକ୍ଷା ବ୍ୟବସ୍ଥାକୁ ୨୪ ଘଣ୍ଟିଆ ଅନୁଧ୍ୟାନ କରିବେ ଭୁବନେଶ୍ୱର ଡିସିପି । ୧୨ ଜଣ ଅତିରିକ୍ତ ଡିସିପି, ୨୩ ଜଣ ଏସିପି, ୪୧ ଜଣ ଇନ୍ସପେକ୍ଟର ସହରରେ ନିୟୋଜିତ ହେବେ । ୧୫୧ ଜଣ ଏଏସଆଇ, ୧୧୯ ଜଣ ଟ୍ରାଫିକ କନଷ୍ଟେବଳ, ୭୦ ଜଣ ଏପିଆର କନଷ୍ଟେବଳ ଓ ୨୦୭ ଜଣ ଓଏପିଏଫ କନଷ୍ଟେବଳ ନିୟୋଜିତ ହେବେ । ସିସିଟିଭି ନଜରରେ ସହରର ଛକ ଓ ଗଳିକନ୍ଦି ରହିବ । ପୂଜା ଦେଖିବାକୁ ଗଲାବେଳେ ନିଜ ଘରର ସୁରକ୍ଷା ନେଇ ସଚେତନ ରହିବାକୁ ନିବେଦନ କଲେ ପୋଲିସ କମିଶନର । ଶାରଦୀୟ ଅଭିନନ୍ଦନ ନେଇ ମଧ୍ୟ ସହରବାସୀଙ୍କୁ ଶୁଭେଚ୍ଛା ମଧ୍ୟ ଜଣାଇଲେ ପୋଲିସ କମିଶନର ।