କନକ ବ୍ୟୁରୋ: ମାତ୍ର ୪ ଦିନରେ ସରିଗଲା ବିଧାନସଭା ଶୀତ ଅଧିବେଶନ । ୨୬ଟି କାର୍ଯ୍ୟଦିବସ ପୂର୍ବରୁ ବିଧାନସଭାକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କଲେ ବାଚସ୍ପତି । ତେବେ ଡିସେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ବିଧାନସଭା ଶୀତ ଅଧିବେଶନ ଚାଲିବାକୁ ଥିବାବେଳେ, ଏହାର ଯଥେଷ୍ଟ ପୂର୍ବରୁ ବିଧାନସଭାକୁ ମୁଲତବୀ ଘୋଷଣା କରିଦିଆଯାଇଛି ।

Advertisment

ଶୁକ୍ରବାର ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିବାକୁ ମୋସନ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି । ଯାହାକୁ କି ସମର୍ଥନ ଜଣାଇଥିଲେ ବିଜେଡି ବିଧାୟକ ଶଶୀଭୂଷଣ ବେହେରା ଓ ଭୁପିନ୍ଦର ସିଂ । ତେବେ ଆଗୁଆ ବିଧାନସଭା ବନ୍ଦ କରାଯିବା ନିଷ୍ପତ୍ତିକୁ ବିରୋଧ କରି ବିଜେପି ଓ କଂଗ୍ରେସର ସଦସ୍ୟମାନେ କକ୍ଷତ୍ୟାଗ କରିଥିଲେ । ତେବେ ଏହି ୪ ଦିନ ମଧ୍ୟରେ ଗୋଟିଏ ମୁଲତବୀ ପ୍ରସ୍ତାବ ଆଲୋଚନା ହୋଇଥିବା ବେଳେ ଦୁଇ ଦିନ ଧରି ଆଦିବାସୀ ଜମି ହସ୍ତାନ୍ତର ଆଇନକୁ ନେଇ ପ୍ରବଳ ହୋ ହଲ୍ଲା ହୋଇଥିଲା । ଯାହାପରେ ବିଧାନସଭାକୁ ଆଜି ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଦିଆଯାଇଛି ।