ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’ । ମୁଖ୍ୟମନ୍ତ୍ରୀ ଦେଲେ ଅନୁମୋଦନ

474

କନକ ବ୍ୟୁରୋ : ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’ ନବମ ଓ ଦଶମ ଶ୍ରେଣୀ ପାଠ୍ୟକ୍ରମରେ ଏହା ସ୍ଥାନ ପାଇବ । ଏନେଇ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି । ପୂର୍ବରୁ ରାଜ୍ୟ ସଙ୍ଗୀତର ମାନ୍ୟତା ପାଇଛି ବନ୍ଦେ ଉତ୍କଳ ଜନନୀ । ବର୍ତ୍ତମାନ ଏହିକୁ ପାଠ୍ୟକ୍ରମରେ ସ୍ଥାନ ଦିଆଯାଇଛି ।

ଏହାକୁ ରାଜ୍ୟ ସଙ୍ଗୀତ ମାନ୍ୟତା ଦିଆଯିବା ପରେ ସ୍କୁଲ ମାନଙ୍କରେ ଏହାକୁ ଗାନ କରିବା ବାଧ୍ୟତାମୂଳକ ବୋଲି କୁହାଯାଇଥିଲା । ୨୦୨୦ ମସିହାରେ ରାଜ୍ୟ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇ ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଙ୍ଗୀତ ମାନ୍ୟତା ଦିଆଯାଇଥିଲା ।

ତେବେ ବନ୍ଦେ ଉତ୍କଳ ଜନନୀକୁ ରାଜ୍ୟ ସଙ୍ଗୀତ ମାନ୍ୟତା ପାଇଁ ଦୀର୍ଘ ଦିନ ହେବ ଦାବି ହୋଇ ଆସୁଥିଲା । କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ କ୍ରମେ ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା ।