କନକ ବ୍ୟୁରୋ: ଶ୍ରମିକମାନଙ୍କୁ ନେଇ ହାଇଦ୍ରାବାଦ୍ ଅଭିମୁଖେ ଯାଉଥିବା ବସ୍ କଳାହାଣ୍ଡି ଜିଲ୍ଲାର କୋକସରା ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଠାରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଫଳରେ ବସ୍ରେ ଥିବା ୩୦ ଜଣ ଶ୍ରମିକ ଆହତ ହୋଇଛନ୍ତି। ଦୁର୍ଘଟଣା ସଂପର୍କିତ ସୂଚନା ମିଳିବା ପରେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୁଲିସ ପହଂଚି ସେମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିବା ଜଣାଯାଇଛି।
ହେଲେ ଏଥିରେ କେହି ମୃତାହତ ହୋଇନଥିବା ଜଣାପଡିଛି । ଆହତ ଲୋକଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ବସଟିକୁ ମଧ୍ୟ ଉଦ୍ଧାର କରୁଛନ୍ତି ଅଗ୍ନୀଶମ ବିଭାଗ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/27/2025-12-27t123421491z-506359015_3114607832035873_6253119802954867050_n-2025-12-27-18-04-21.jpg)
/kanak/media/post_attachments/wp-content/uploads/2020/12/24-16.jpg)