୬୪ ବିଧାନସଭା ସହ ଗୋଟିଏ ଲୋକସଭା ଆସନ ପାଇଁ ଆଜି ବାଜିପାରେ ଉପ-ନିର୍ବାଚନ ବିଗୁଲ : ରାଜ୍ୟର ତିର୍ତ୍ତୋଲ ଓ ବାଲେଶ୍ୱର ସଦର ଉପନିର୍ବାଚନ ପାଇଁ ନିର୍ବାଚନ କମିଶନ ଘୋଷଣା କରିପାରନ୍ତି ତାରିଖ

148

କନକ ବ୍ୟୁରୋ : ଆଜି ଘୋଷଣା ହୋଇପାରେ ବାଲେଶ୍ୱର ସଦର ଓ ତିର୍ତୋଲ ବିଧାନସଭା ଉପନିର୍ବାଚନର ତାରିଖ । ଆଜି ୬୪ ବିଧାନସଭାର ଉପନିର୍ବାଚନ ଓ ଗୋଟିଏ ଲୋକସଭା ଆସନ ପାଇଁ ନିର୍ବାଚନ କମିଶନ ତାରିଖ ଘୋଷଣା କରିପାରନ୍ତି ନିର୍ବାଚନ କମିଶନ । ଆଶା କରାଯାଉଛି, ଏଠାରେ ଦୁଇ ଆସନ୍ର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇପାରେ । ତିର୍ତ୍ତୋଲରୁ ବିଷ୍ଣୁ ଦାସ ଓ ବାଲେଶ୍ୱର ସଦରରୁ ମଦନମୋହନ ଦତ୍ତଙ୍କ ପରଲୋକ ଯୋଗୁଁ ଏଠାରେ ଉପନିର୍ବାଚନ ହେଉଛି ।

ଉପନିର୍ବାଚନ ପାଇଁ ବିଜେଡି, ବିଜେପି ଓ କଂଗ୍ରେସ ଜୋରସୋରରେ ପ୍ରସ୍ତୁତି ଚଳାଇଛନ୍ତି । ଏପରିକି ବାଲେଶ୍ୱର ସଦର ଆସନକୁ ବିଜେପିଠାରୁ ବିଜେଡି ଛଡାଇଆଣିବ ବୋଲି ରଣନୀତି ତିଆରି କରୁଛି । ଏହାରି ଭିତରେ ଆଜି ନିର୍ବାଚନ କମିଶନଙ୍କ ଘୋଷଣା ଉପରେ ସମସ୍ତଙ୍କ ନଜର ରହିଛି ।