କନକ ବ୍ୟୁରୋ: ନୟାଗଡ଼ ଜାମୁସାହି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗଛରେ ପିଟି ହୋଇ ଜଳିଗଲା କାର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି ।

Advertisment

ଛତିଶଗଡ଼ ଅଞ୍ଚଳର ୪ଜଣ ଯୁବକ ପୁରୀ ଜଗନ୍ନାଥ ଦର୍ଶନ ପାଇଁ ଆସୁଥିବା ବେଳେ ଅଧା ବାଟରେ ଘଟିଛି ଦୁର୍ଘଟଣା । ଘଟଣା ସ୍ଥଳରେ ପୋଲିସ ପହଂଚି ସ୍ଥାନୀୟ ଲୋକଙ୍କ ସାହାର୍ଯ୍ୟରେ କାର ଭିତରୁ ଆହତଙ୍କୁ ବାହାର କରିଥିଲେ । ସେମାନଙ୍କୁ ପ୍ରଥମେ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇଥିଲା । ସେଠାରେ ଡାକ୍ତର ଜଣଙ୍କୁ ମୃତ ଘୋଷଣା କରିଥିଲେ । ସକାଳେ କୁହୁଡ଼ି ପାଇଁ ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି ।