କନକ ବ୍ୟୁରୋ: ବିକଶିତ ଓଡ଼ିଶା ରୋଡ ମ୍ୟାପକୁ ନେଇ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଡାକରା ପରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଏବଂ ପ୍ରଭାତୀ ପରିଡା । ଏହି ଗସ୍ତ ବେଳେ ବିକଶିତ ଓଡ଼ିଶା ରୋଡ ମ୍ୟାପକୁ ନେଇ ପ୍ରଧାନମନ୍ତ୍ରୀଙ୍କ ସହିତ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବ । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଦନ ସିଂଦେଓ । ରାଜ୍ୟରେ ବିଜେପି ସରକାର ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ଗସ୍ତ ବେଳେ ପ୍ରଧାନମନ୍ତ୍ରୀଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ସାକ୍ଷାତ କରିବାର ସୂଚନା ରହିଛି ।