ବରଗଡ଼ବାସୀଙ୍କୁ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ୩ ଲକ୍ଷ ୬୩ ହଜାର ହିତାଧିକାରୀ ।

59

କନକ ବ୍ୟୁରୋ: ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ତାଲିକାରେ ସାମିଲ ହେଲା ବରଗଡ଼ । ବିଜେପୁରରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୩ ଲକ୍ଷ ୬୩ ହଜାର ହିତାଧିକାରୀ ଏହି ବିଜୁ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ଦ୍ୱାରା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବରଗଡ ଜିଲ୍ଲାରେ ମୋଟ ୧୨ଟି ବ୍ଲକରେ ୩ଲକ୍ଷ ୬୩ହଜାର ହିତାଧିକାରୀ ଆଜି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ହୋଇଛନ୍ତି ।

ଏହାସହ ବରଗଡ଼ ଜିଲ୍ଲାରେ ୨୯୮କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱତନ୍ତ୍ର ହେଲିକପ୍ଟର‌ ଯୋଗେ ମୁଖ୍ୟମନ୍ତ୍ରୀ ବିଜେପୁରଠାରେ ହେଲିପ୍ୟାଡ୍‌ରେ ଅବତରଣ କରିଥିଲେ । ସେଠାରେ ଗଣ୍ଡପାଲି ନିକଟସ୍ଥ ପଡ଼ିଆକୁ ପହଞ୍ଚି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।  ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।