କନକ ବ୍ୟୁରୋ: ରତ୍ନଭଣ୍ଡାର ତଦାରଖ ପାଇଁ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ । ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ଏହି କମିଟି ରତ୍ନଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଏବଂ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତି କାର୍ୟ୍ୟ ତଦାରଖ କରିବେ । ତେବେ ଏହି କମିଟିରେ ଅଧ୍ୟକ୍ଷଙ୍କ ସହିତ ୧୨ ଜଣ ସଦସ୍ୟ ଅଛନ୍ତି ବୋଲି ସୂଚନା ଦିଆଯାଇଛି। ଏହି କମିଟିରେ ଥିବା ଅନ୍ୟ ସଦସ୍ୟମାନେ ହେଲେ...
- ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡ. ରମାକାନ୍ତ ପଣ୍ଡା, ଉପାଧ୍ୟକ୍ଷ
- ଡ. ବିଧୁଭୁଷଣ ସାମଲ, ଆଲ୍ଲାହାବାଦ ବ୍ୟାଙ୍କର ପୂର୍ବତନ ସିଏମଡି
- ଏ.କେ. ସାବତ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ
- ପୁରୀ ଗଜପତି ମହାରାଜା ତଥା ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଦିବ୍ୟସିଂହ ଦେବଙ୍କ ପ୍ରତିନିଧି
- ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ପ୍ରତିନିଧି
- ଦୁର୍ଗାପ୍ରସାଦ ଦାସ ମହାପାତ୍ର, ସେବକ ପ୍ରତିନିଧି
- ମାଧବ ଚନ୍ଦ୍ର ମହାପାତ୍ର, ସେବକ ପ୍ରତିନିଧି
- ଜଗନ୍ନାଥ କର , ସେବକ ପ୍ରତିନିଧି
- ଗଣେଶ ମେକାପ, ଭଣ୍ଡାର ମେକାପ ସେବକ
- ପୁରୀ ଜିଲ୍ଲାପାଳ ତଥା ଶ୍ରୀ ଜଗନ୍ନାଥ ମନ୍ଦିରର ଉପମୁଖ୍ୟ ପ୍ରଶାସକ.
- ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ - ଆବାହକ
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/05/31/2025-05-31t055911608z-1001121283.png)
/kanak/media/post_attachments/wp-content/uploads/2024/02/22-31.jpg)