କନକ ବ୍ୟୁରୋ: ରତ୍ନଭଣ୍ଡାର ତଦାରଖ ପାଇଁ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ । ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି । ଏହି କମିଟି ରତ୍ନଭଣ୍ଡାରରେ ଥିବା ମହାପ୍ରଭୁଙ୍କ ଅଳଙ୍କାର ଏବଂ ବିଭିନ୍ନ ମୂଲ୍ୟବାନ ବସ୍ତୁର ତାଲିକା ପ୍ରସ୍ତୁତି କାର୍ୟ୍ୟ ତଦାରଖ କରିବେ । ତେବେ ଏହି କମିଟିରେ ଅଧ୍ୟକ୍ଷଙ୍କ ସହିତ ୧୨ ଜଣ ସଦସ୍ୟ ଅଛନ୍ତି ବୋଲି ସୂଚନା ଦିଆଯାଇଛି। ଏହି କମିଟିରେ ଥିବା ଅନ୍ୟ ସଦସ୍ୟମାନେ ହେଲେ...

Advertisment
  1. ପ୍ରସିଦ୍ଧ ହୃଦରୋଗ ବିଶେଷଜ୍ଞ ଡ. ରମାକାନ୍ତ ପଣ୍ଡା, ଉପାଧ୍ୟକ୍ଷ
  2. ଡ. ବିଧୁଭୁଷଣ ସାମଲ, ଆଲ୍ଲାହାବାଦ ବ୍ୟାଙ୍କର ପୂର୍ବତନ ସିଏମଡି
  3. ଏ.କେ. ସାବତ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ
  4. ପୁରୀ ଗଜପତି ମହାରାଜା ତଥା ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଦିବ୍ୟସିଂହ ଦେବଙ୍କ ପ୍ରତିନିଧି
  5. ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ପ୍ରତିନିଧି
  6. ଦୁର୍ଗାପ୍ରସାଦ ଦାସ ମହାପାତ୍ର, ସେବକ ପ୍ରତିନିଧି
  7.  ମାଧବ ଚନ୍ଦ୍ର ମହାପାତ୍ର, ସେବକ ପ୍ରତିନିଧି
  8.  ଜଗନ୍ନାଥ କର , ସେବକ ପ୍ରତିନିଧି
  9. ଗଣେଶ ମେକାପ, ଭଣ୍ଡାର ମେକାପ ସେବକ
  10. ପୁରୀ ଜିଲ୍ଲାପାଳ ତଥା ଶ୍ରୀ ଜଗନ୍ନାଥ ମନ୍ଦିରର ଉପମୁଖ୍ୟ ପ୍ରଶାସକ.
  11. ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ -  ଆବାହକ