ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି: ଆଜି ୫ ଜିଲ୍ଲାର ୧୫୮ଟି ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

108

କନକ ବ୍ୟୁରୋ: ରାଜ୍ୟରେ ସ୍କୁଲ ରୂପାନ୍ତରଣ ପର୍ବ ଜାରି ରହିଛି । ଆଜି ୫ଟି ଜିଲ୍ଲାର ୧୫୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିରେ ମାଲକାନଗିରିର ୬ଟି, ଝାରୁସୁଗୁଡାର ୨୫ଟି, କଳାହାଣ୍ଡିର ୨୯ଟି, ମୟୁରଭଞ୍ଜର ୬୦ଟି ଓ ଖୋର୍ଧାର ୩୮ଟି ସ୍କୁଲ ରହିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ସହର ଓ ଗାଁର ସ୍କୁଲମାନଙ୍କ ମଧ୍ୟରେ ଥିବା ତଫାତକୁ ଦୂର କରିପାରିଛି ।

ଏହି କାର୍ଯ୍ୟକ୍ରମରେ ୫ଟି ଜିଲ୍ଲାର ଛାତ୍ରଛାତ୍ରୀ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ସ୍କୁଲ ରୂପାନ୍ତର ସମ୍ପର୍କରେ ନିଜର ମନ କଥା କହିଥିଲେ । ଆଜି ସୁଦ୍ଧା ରାଜ୍ୟରେ ମୋଟ ୬୮୯ଟି ରୂପାନ୍ତରିତ ସ୍କୁଲ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି । ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ ଏବେ ରାଜ୍ୟର ହଜାରେ ୭୫ଟି ସ୍କୁଲର ଲୋକାର୍ପଣ କାର୍ଯ୍ୟକ୍ରମ ଜାରି ରହିଛି । ଆସନ୍ତା ୨୪ ତାରିଖ ଦିନ ଏହା ସଂପୂର୍ଣ୍ଣ ହେବ ।