ପୁରୀରେ ମହାପ୍ରଭୁଙ୍କ ଭଉଁରୀ ଯାତ୍ରା ସମୟରେ ବାଣ ବିସ୍ଫୋରଣ ଘଟଣା : ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ସମ୍ ହସ୍ପିଟାଲ ଯାଇ ପଚାରି ବୁଝିଲେ ସ୍ୱାସ୍ଥ୍ୟବସ୍ଥା

201

କନକ ବ୍ୟୁରୋ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ଆହତଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ସମ ହସ୍ପିଟାଲ ଯାଇ ସେଠାରେ ଚିକିତ୍ସିତ ହେଉଥିବା ଆହତଙ୍କୁ ଭେଟିବା ସହ ସେମାନଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରି ବୁଝିଛନ୍ତି । ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ଚିକିତ୍ସା ବ୍ୟବସ୍ଥା ସମ୍ପର୍କରେ ବରିଷ୍ଠ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି ।

ଗତକାଲି ରାତିରେ ପୁରୀରେ ମହାପ୍ରଭୁଙ୍କ ଭଉଁରୀ ଯାତ୍ରା ସମୟରେ ଘଟିଥିଲା ଅଘଟଣ । ବାଣ ବିସ୍ଫୋରଣରେ ପ୍ରଥମେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପରେ ଚିକିତ୍ସାଧିନ ଅବସ୍ଥାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି । ଏସସିବିରେ ଜଣେ ଓ ହାଇହେଟ୍ ହସ୍ପିଟାଲରେ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ବି ପ୍ରାୟ ୩୦ ଜଣ ଆହତଙ୍କ ଚିକିତ୍ସା ଚାଲିଛି । ଆହତଙ୍କୁ କଟକ ଓ ଭୁବନେଶ୍ୱରର ବିଭିନ୍ନ ହସ୍ପିଟାଲରେ ଭର୍ତି କରାଯାଇଛି ।