ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ମୋହନ ମାଝୀଙ୍କ ସହ ଅଛନ୍ତି ଦୁଇ ଉପ-ମୁଖ୍ୟମନ୍ତ୍ରୀ । 

120

କନକ ବ୍ୟୁରୋ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ପ୍ରଭାତୀ ପରିଡ଼ା । ତେବେ ୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ । ଦାୟିତ୍ୱ ନେବା ପରେ ପ୍ରଥମଥର ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂଦେଓ ଦିଲ୍ଲୀ ଯାଇଛନ୍ତି । ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ଅର୍ଥ ମନ୍ତ୍ରାଳୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଭେଟିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଅର୍ଥମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି ।

ମୋଦୀ ଗ୍ୟାରେଂଟିକୁ କିଭଳି ରାଜ୍ୟରେ ଉପଯୋଗ କରାଯାଇ ପାରିବ ଏବଂ ଓଡ଼ିଶା ଦେଶର ଏକ ନମ୍ବର ରାଜ୍ୟ ହେବ ସେନେଇ ପ୍ରସ୍ତୁତି କରିବ ରାଜ୍ୟ ୟୁନିଟ । ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀ ନିଜେ ସଭା ମଂଚରୁ ଏକାଧିକ ଗ୍ୟାରେଂଟି ଦେଇଥିଲେ । ବିଜେପି ସରକାର ଆସିଲେ ବିକଶିତ ଓଡିଶା ଗଢ଼ିବାର ପ୍ରତିଶ୍ରୁତି ଦେଇଥିଲେ । ତେଣୁ ସେଗୁଡିକ କେମିତି କାର୍ଯ୍ୟକାରୀ ହେବ, ସେ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିପାରନ୍ତି ମୁଖ୍ୟମନ୍ତ୍ରୀ ।