ଦୁର୍ଘଟଣାସ୍ଥଳରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ । ଦୁର୍ଘଟଣାସ୍ଥଳର ଅନୁଧ୍ୟାନ କରିବା ସହ ଆହତଙ୍କୁ ଭେଟିଲେ

834

କନକ ବ୍ୟୁରୋ: ଦୁର୍ଘଟଣା ଘଟିଥିବା ବାଲେଶ୍ୱର ବାହାନଗା ଷ୍ଟେସନରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ପହଞ୍ଚି ଘଟଣାର ସ୍ଥିତି ଅନୁଧ୍ୟାନ କରୁଛନ୍ତି । ଏହାସହ ସେଠାରେ ଥିବା ଆହତଙ୍କୁ ମଧ୍ୟ ଭେଟିଛନ୍ତି । ସେଠାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ଆଉ କିଛି ସମୟରେ ପହଞ୍ଚି ସ୍ଥିତି ସମୀକ୍ଷା କରିବାର ସୂଚନା ରହିଛି ।

ବର୍ତ୍ତମାନ ଘଟଣା ସ୍ଥଳରେ ଉଦ୍ଧାର କାର୍ଯ୍ୟ ସହ ଆହତଙ୍କୁ ତୁରନ୍ତ ଚିକିତ୍ସା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯାଉଛି । ଏହାସହ ମୃତକ ଓ ଆହତଙ୍କ ପରିବାର ସହ ଯୋଗାଯୋଗ ସ୍ଥାପନ କରାଯିବା ଉପରେ ଗୁରୁତ୍ୱ ଦିଆଯାଉଛି ବୋଲି କହିଛନ୍ତି ସେଠାରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିସାରିଥିବା ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।