କର୍ଫ୍ୟୁ ଭିତରେ ଦିନକୁ ଦୁଇ ଥର କୋହଳ ହେବ କଟକଣା। ୨୪ ଘଣ୍ଟିଆ ହେଲପଲାଇନ ନମ୍ବର ଜାରି।

କର୍ଫ୍ୟୁ ଭିତରେ ଦିନକୁ ଦୁଇ ଥର କୋହଳ ହେବ କଟକଣା। ୨୪ ଘଣ୍ଟିଆ ହେଲପଲାଇନ ନମ୍ବର ଜାରି।

କନକ ବ୍ୟୁରୋ: ସାଧାରଣ ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି କର୍ଫ୍ୟୁ ସମୟରେ, ଦିନକୁ ଦୁଇଥର କଟକଣା କୋହଳ ହେବ ବୋଲି ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି । ପ୍ରଶାସନର ନିଷ୍ପତି ଅନୁସାରେ, ସକାଳ ୮ଟାରୁ ୧୦ଟା ଯାଏଁ ଏବଂ ଅପରାହ୍ଣ ସାଢେ ୩ଟାରୁ ସନ୍ଧ୍ୟା ସାଢେ ୫ଟା ଯାଏଁ ଜରୁରୀକାମର ବାହାରକୁ ବାହାରିପାରିବେ ଲୋକେ । କର୍ଫ୍ୟୁ ସମୟରେ ଡାକ୍ତରଖାନା, ଔଷଧ ଦୋକାନ ଭଳି ଆତ୍ୟାବଶ୍ୟକ ସେବା ବ୍ୟତୀତ ସବୁ କିଛି ବନ୍ଦ ରହିବ ।

ସେହିପରି ଟ୍ରେନ ଯାତ୍ରୀ ଓ ବିମାନ ଯାତ୍ରୀ, ଟିକେଟ ଦେଖାଇ ଯାଇପାରିବେ । ଜରୁରୀ ସ୍ୱାସ୍ଥ୍ୟ ସେବା ପାଇଁ ୨୪ ଘଣ୍ଟିଆ ହେଲପଲାଇନ ନମ୍ବର ଜାରିକରାଯାଇଛି । ହେଲପଲାଇନ ନମ୍ବର ହେଉଛି ୭୬୫୫୮୦୦୭୬୦ । ତେବେ କୌଣସି ଗୁଜବକୁ ବିଶ୍ୱାସ ନକରିବାକୁ ଜନସାଧାରଣଙ୍କୁ ଅପିଲ କରିଛନ୍ତି ସମ୍ବଲପୁର ଜିଲ୍ଲାପାଳ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe